ଗଣିତ ପରୀକ୍ଷା ଦେଉଥିବା ବେଳେ ହଠାତ୍ ଅସୁସ୍ଥ ହୋଇ ପଡ଼ିଲେ ଛାତ୍ରୀ
by Argus News
Mon, Feb 26 | 1:54 p.m.

କେନ୍ଦୁଝର: ପରୀକ୍ଷା ଦେବାବେଳେ ଅସୁସ୍ଥ ହୋଇପଡିଲେ ଛାତ୍ରୀ । ପରୀକ୍ଷା କେନ୍ଦ୍ରରେ ଅବ୍ୟବସ୍ଥା ପାଇଁ ଛାତ୍ରୀଜଣଙ୍କ ଅସୁସ୍ଥ ହୋଇପଡିଛନ୍ତି । ପରିବାର ଲୋକେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । କେନ୍ଦୁଝର ଜିଲ୍ଲା ହାଟଡିହି ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଦେଉଥିବା ବରାହୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମନିଷା ଜେନା ଅସୁସ୍ଥ ହୋଇ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । 

ଆଜି ମନିଶା ଗଣିତ ପରୀକ୍ଷା ଦେଉଥିବା ବେଳେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷ ମନିଷାଙ୍କ ପରିବାରକୁ ଖବର ଦେଇଥିଲେ । ପରିବାର ଲୋକେ ମନିଷାକୁ ଉଦ୍ଧାର କରି ପ୍ରଥମେ ହାଟଡିହି ସ୍ୱାସ୍ଥ୍ୟ କେନ୍ଦ୍ର ଅବସ୍ଥା ଗୁରୁତର ହେବାରୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ପରୀକ୍ଷା କେନ୍ଦ୍ରରେ ଝରକା କବାଟ ବନ୍ଦ କରିବା ସହ ଫ୍ୟାନ ବୁଲୁ ନଥିବାରୁ ମନିଷାର ଏଭଳି ଅବସ୍ଥା ହୋଇଥିବା ମନିଷାଙ୍କ ବାପା ଅଭିଯୋଗ କରିଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ