ଶୀତ ଋତୁରେ ପ୍ରଥମଥର ପାଇଁ ଜାରି ହେଲା ଶୀତଲହରୀ ଚେତାବନୀ
by Argus News
Fri, Jan 26 | 3:34 p.m.

ଭୁବନେଶ୍ୱର:  ଚଳିତ ଶୀତ ଋତୁରେ ପ୍ରଥମଥର ପାଇଁ ଜାରି ହେଲା ଶୀତଲହରୀ ଚେତାବନୀ । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ ଏବଂ ଅନୁଗୁଳ  ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତଲହରୀ ଅନୁଭୂତ ହେବାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ଜାରି କରାଯାଇଛି । 

ଏଥିସହ ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ ପରବର୍ତ୍ତୀ ସମୟରେ ଏଥିରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ଘଟିବାର ସମ୍ଭାବନା ରହିଛି । ସେହିପରି ଆଗାମୀ ଦୁଇଦିନ ଯାଏଁ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ରହିଛି । ଯେପରିକି ଅନୁଗୁଳ, ଢେଙ୍କାନାଳ,ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି,କନ୍ଧମାଳ, କୋରାପୁଟ, ନୟାଗଡ଼, ଖୋର୍ଦ୍ଧା,କଟକ,ଗଞ୍ଜାମ, ଜଗତସିଂହପୁର,ପୁରୀ,ଗଜପତି,ରାୟଗଡ଼ା । 

ଏହି ସବୁ ଅଞ୍ଚଳରେ ଆଜି ମଧ୍ୟରାତ୍ରୀରୁ ସକାଳ ମଧ୍ୟରେ ଦୃଶ୍ୟମାନ ଦୂରତା ୨୦୦ ରୁ ୫୦ ମିଟର ମଧ୍ୟରେ  ସୀମିତ ରହିବାର ସମ୍ଭାବନା ଥିବାରୁ ଯାତାୟତରେ ବାଧା ଉପୁଜିବା ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ଜାରି କରାଯାଇଛି । 

ଆହୁରି ପଢନ୍ତୁ ଓଡିଶା ଖବର...
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ