ଟାଇମସ୍ ନାଓ  ଜନମତ ସର୍ଭେର ରିପୋର୍ଟ , ହ୍ରାସ ପାଉଛି ନବୀନଙ୍କ ଲୋକପ୍ରିୟତା
by Argus News
Thu, Feb 08 | 7:27 a.m.

ଅର୍ଗସ ବ୍ୟୁରୋ : ହ୍ରାସ ପାଉଛି ଓଡ଼ିଶାରେ ନବୀନ ସରକାରର ଲୋକପ୍ରିୟତା । ଟାଇମସ୍ ନାଓ  ଜନମତ ସର୍ଭେରେ ସାମ୍ନାକୁ ଆସିଛି ବଡ଼ ତଥ୍ୟ। 2024ରେ ଓଡ଼ିଶାରେ ବିଜେପିକୁ 11 ଲୋକସଭା ଆସନ ସହ 44 % ଭୋଟ୍ ମିଳିପାରେ । ସେହିପରି ବିଜେଡିର ଲୋକସଭା ଆସନ 9କୁ ଖସିବା ସହ 40.4% ଭୋଟ୍ ମିଳିବ ଏବଂ କଂଗ୍ରେସ ଗୋଟିଏ ଲୋକସଭା ଆସନ ସହ 9.6% ଭୋଟ୍ ହାରରେ ସୀମିତ ରହିବ । ସର୍ଭେ ଅନୁଯାୟୀ ନବୀନ ସରକାରର ପ୍ରଦର୍ଶନରେ 24% ଭୋଟର ଖୁବ୍ ସନ୍ତୁଷ୍ଟ,31% ଭୋଟର ସାମାନ୍ୟ ସନ୍ତୁଷ୍ଟ ଓ 43% ଭୋଟର ଅସନ୍ତୁଷ୍ଟ ଅଟନ୍ତି ।

ଅଧିକ ପଢନ୍ତୁ ଓଡିଶା ଖବର

ଗତ ୨୦୧୯ ନିର୍ବାଚନରେ ରାଜ୍ୟରେ ବିଜେଡି ୧୨ଟି ଆସନରେ ଜିତିଥିବାବେଳେ ବିଜେପି ୮ଟି ଆସନ ଓ କଂଗ୍ରସ ଗୋଟିଏ ଆସନରେ ଜିତିଥିଲା । ସେହିପରି ସର୍ଭେରେ କୁହାଯାଇଛି ଯେ ପଶ୍ଚିମବଙ୍ଗରେ ଟିଏମସି ୨୬ଟି ଆସନରେ ବିଜୟ ହାସଲ କରିବ, ବିଜେପି ୧୫ଟି ଆସନରେ ଓ କଂଗ୍ରେସ ଓ ବାମ ମେଣ୍ଟ  ଗୋଟିଏ ଆସନରେ ବିଜୟ ଲାଭ କରିବେ । ବିହାରରେ ଏନଡିଏ ୩୫ଟି ଓ ଇଣ୍ଡିଆ ମେଣ୍ଟ ୫ଟି ଆସନରେ ବିଜୟ ହାସଲ କରିବାର ସମ୍ଭାବନ ରହିଛି । ଗୁଜରାଟରେ ବିଜେପି ସମସ୍ତ ୨୬ଟି ଆସନ ହାତେଇବ ଓ କଂଗ୍ରେସ ନିରାଶ ହେବାର ସମ୍ଭାବନା ରହିଛି।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ