ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା  ଅଭିଯୋଗ 
by Argus News
Wed, Sep 18 | 5:40 p.m.

ନବରଙ୍ଗପୁର: ନବରଙ୍ଗପୁରରେ ଲଜ୍ଜା । ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ନବରଙ୍ଗପୁର  ତେନ୍ତୁଳିଖଣ୍ଟି କଣ୍ଟାଗାଁର ଘଟିଛି ଏଭଳି ଅଭାବନୀୟ ଘଟଣା ।  ସଦର ପଂଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ ଏକ ଟାୱାର ପାଚେରି ପାଖରୁ ଜଣେ ନାବାଳିକାଙ୍କ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି ।  ନାବାଳିକା ଜଣକ ଗତକାଲି ମଧ୍ୟାନ୍ନରେ ଶୌଚ ହେବାକୁ ଯାଇ ଆଉ ଫେରିନଥିଲେ ।  ଘରଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ମଧ୍ୟ ଝିଅର ପତ୍ତା ମିଳିନଥିଲା ।

ରାତିରେ ଝିଅର ମୃତ ଶରୀର ପଡିଥିବା ଦେଖିବାକୁ ପାଇଥିଲେ ।  ପାରିପାର୍ଶ୍ଵିକ ସ୍ଥିତିରୁ ଏହା ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।  ତେନ୍ତୁଳିଖୁଣ୍ଟି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଯାରି ରଖିଛି । ନବରଙ୍ଗପୁର ବିଧାୟକ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ସହ ଆଲୋଚନା କରିଛନ୍ତି ।  ପୋଲିସ ମାମଲାରେ ଗାଁର ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରିଛି । ଏପଟେ ଦୋଷୀକୁ କଠୋର ଦଣ୍ଡ ଦାବିରେ ଗାଁର ଆନ୍ଦୋଳନ କରିଛନ୍ତି ଗ୍ରାମବାସୀ ।   
ଅଧିକ ପଢନ୍ତୁ ଓଡ଼ିଶା  ଖବର 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ