ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ
by Argus News
Mon, Dec 04 | 6:30 p.m.

ଅର୍ଗସ ବ୍ୟୁରୋ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ଏମ୍‌.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍‌.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସ୍ତରୀୟ ଭାରଉତୋଳନ ପ୍ରତିଯୋଗିତାରେ ନିଜର ପାରଦର୍ଶିତା ଦେଖାଇ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହିତ ରୌପ୍ୟ ପଦକ ହାସଲ କରିଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେହିପରି ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆନ୍ତର୍ଜାତୀୟ ମିଲେଟ୍ ପ୍ରତିଯୋଗିତାରେ ବ୍ୟାଚ୍‌ଲର୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଏବଂ କ୍ୟାଟରିଂ ଟେକ୍‌ନୋଲୋଜି (ବିଏଚ୍‌ଏମ୍‌ସିଟି)ର ଶେଷବର୍ଷର ଛାତ୍ର ସୌଭାଗ୍ୟ ବାରିକ ମିଲେଟ୍ ଦ୍ୱାରା ବିଭିନ୍ନ ସୁସ୍ୱାଦ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ଦୁଇ ଛାତ୍ରଛାତ୍ରୀ ଙ୍କର ସଫଳତା  ପାଇଁ  ବିଶ୍ୱବିଦ୍ୟାଳୟ ଗୌରବ ଅର୍ଜନ କରିଛି । ଏହି ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ