ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
by Argus News
Thu, Apr 18 | 1:10 p.m.

ଅର୍ଗସ ବ୍ୟୁରୋ:   ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ବିଜେଡିରେ ମିଶିଲେ ।  ଗୁରୁବାର ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ଅଭିନେତ୍ରୀ । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ବିଜେଡିରେ ସାମିଲ ହେଇ ମୁଖ୍ୟମନ୍ତ୍ରୀ, ଭିକେ ପାଣ୍ଡିଆନ୍ ଏବଂ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଦେଇଛନ୍ତି ।

ତେବେ ପୂର୍ବରୁ ମଧ୍ୟ ଅନେକ ସମୟରେ ବର୍ଷା ବିଜେଡି ପାଇଁ ପ୍ରଚାର କରୁଥିବା ନଜର ଆସିଛନ୍ତି । ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ପ୍ରଚାର କରିଥିଲେ । ବର୍ଷା କହିଛନ୍ତି, ସେ ନବୀନ ପଟ୍ଟନାୟକଙ୍କ ଫ୍ୟାନ୍, ତାଙ୍କ ପାଇଁ ସେ ଗୋଟିଏ ସିନେମା ମଧ୍ୟ କରିଛି । ନବୀନଙ୍କ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ତାଙ୍କୁ ସବୁବେଳେ ପ୍ରେରଣା ଦେଇଥାଏ । 

ଅନ୍ୟପଟେ ଅନୁଭବ ମହାନ୍ତି ବିଜେପିରେ ମିଶିଥିବାବେଳେ ବର୍ଷା ପ୍ରିୟଦର୍ଶିନୀ ବିଜେଡିରେ ମିଶିଛନ୍ତି। ପୂର୍ବରୁ ଦୁହିଁଙ୍କ ଭିତରେ ପାରିବାରିକ କଳହକୁ ନେଇ ଚର୍ଚ୍ଚା ଲାଗିରହିଥିବାବେଳେ ବର୍ତ୍ତମାନ ରାଜନୀତି ମୈଦାନରେ ଦୁହିଁଙ୍କୁ ଦେଖିବାକୁ ମିଳିବ।

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର: 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ