ନିର୍ବନ୍ଧ ପରେ ଆରମ୍ଭ ହେଲା ଶୋଭିତା-ଚୈତନ୍ୟଙ୍କ ବିବାହ କାର୍ଯ୍ୟକ୍ରମ
by Argus News
Wed, Oct 23 | 3:37 p.m.

ଅର୍ଗସ ବ୍ୟୁରୋ: ସାଉଥ ଷ୍ଟାର ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲା ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ ବହୁତ ଲୁଚାଇ ରଖିଥିବା ବେଳେ କିଛି ଦିନ ତଳେ ନିର୍ବନ୍ଧ କରି ନିଜ ସମ୍ପର୍କ ବିଷୟରେ ସମସ୍ତଙ୍କୁ ଜଣାଇଥିଲେ। ଅଗଷ୍ଟ ମାସ ଆରମ୍ଭରେ, ସେମାନେ ନିର୍ବନ୍ଧ କରି ପରସ୍ପରକୁ ଭଲ ପାଉଥିବା ବିଷୟରେ ସାର୍ବଜନୀନ କରିଥିଲେ। ନିର୍ବନ୍ଧ ପରେ ପ୍ରଶଂସକମାନେ ଏହି ଦମ୍ପତିଙ୍କ ବିବାହକୁ ଅପେକ୍ଷା କରିଛନ୍ତି। ଏବେ ଚୈତନ୍ୟ ଏବଂ ଶୋଭିତାଙ୍କ ବିବାହର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଥିବା ଜଣାଯାଇଛି।

ଏବେ ଶୋଭିତାଙ୍କ କିଛି ଫଟୋ ଭାଇରାଲ ହେଉଛି, ଯେଉଁଥିରେ ସେ ହଳଦୀ କୁଟୁଥିବା ଦେଖିବାକୁ ମିଳିଛି। ଶୋଭିତା ଧୁଲିପାଲା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଫଟୋ ସେୟାର କରି ବିବାହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ଜଣାଇଛନ୍ତି।

ଏଥିରେ ଅଭିନେତ୍ରୀ ତାଙ୍କ ବିବାହ ରୀତିନୀତି କରୁଥିବା ଦେଖିବାକୁ ମିଳିଛି। ଫଟୋ ସେୟାର କରି ସେ କ୍ୟାପସନରେ ଲେଖିଛନ୍ତି, ବିବାହ ପୂର୍ବର କାର୍ଯ୍ୟକ୍ରମ ଆରମ୍ଭ ହେଲା। ଏହି ଫଟୋଗୁଡ଼ିକରେ ଅଭିନେତ୍ରୀ ତାଙ୍କ ପରିବାର ସହିତ ନଜର ଆସିଛନ୍ତି, ଯେଉଁମାନେ ପୁରା ପାରମ୍ପାରିକ ପୋଷାକ ପିନ୍ଧି  ବିବାହ ରୀତିନୀତି କରୁଥିବା ଦେଖିବାକୁ ମିଳିଛି। ତେବେ ନାଗା ଚୈତନ୍ୟଙ୍କ ଏହା ହେଉଛି ଦ୍ୱିତୀୟ ବିବାହ। ଏହାପୂର୍ବରୁ ସେ ଗୋଆରେ ସାଉଥ୍ ସୁପରଷ୍ଟାର ସାମନ୍ଥା ରୁଥ ପ୍ରଭୁଙ୍କୁ ବିବାହ କରିଥିଲେ। ହେଲେ ପରେ ସେମାନେ ପରସ୍ପରକୁ ଛାଡ଼ପତ୍ର ଦେଇ ଅଲଗା ହୋଇଯାଇଥିଲେ। ଛାଡ଼ପତ୍ର ପରେ ଚୈତନ୍ୟ, ଶୋଭିତାଙ୍କ ପ୍ରେମରେ ପଡ଼ିଲେ ନା ସାମନ୍ଥାଙ୍କ ସହ ଥିବା ବେଳେ ତାଙ୍କୁ ଧୋକା ଦେଇ ସେ ଶୋଭିତାଙ୍କୁ ଭଲପାଉଥିଲେ ତାହା ସାମ୍ନାକୁ ଆସିନାହିଁ। 

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର 
 

CYCLONE UPDATE
13m ago
ସାମୁଦ୍ରିକ ଜୁଆର ପ୍ରଭାବରେ ସ୍ଥଳଭାଗକୁ ଲୁଣିପାଣି ମାଡ଼ିପାରେ - IMD ନିର୍ଦ୍ଦେଶକ
ଅର୍ଗସ ବ୍ୟୁରୋ: ଉତ୍ତର ଓ ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା । ଆସନ୍ତାକାଲି ସକାଳ ସୁଦ୍ଧା ଭୀଷଣ ବାତ୍ୟା ହେବ । ଧାମରା-ଭିତରକନିକା ପାଖାପାଖି ଉପକୂଳ ଅତିକ୍ରମ କରିବ । ଉପକୂଳିଆ ଅଞ୍ଚ
‘ଦାନା’ ପାଇଁ
39m ago
‘ଦାନା’ ପାଇଁ ନନ୍ଦନକାନନ ବନ୍ଦ
ଅର୍ଗସ ବ୍ୟୁରୋ: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଏବ
ବିବାହର ୯ ବର୍ଷ
45m ago
ବିବାହର ୯ ବର୍ଷ ପରେ ମାଆ ହେଲେ ଦ୍ରଷ୍ଟି ଧାମୀ
ଅର୍ଗସ ବ୍ୟୁରୋ: ଟେଲି ଅଭିନେତ୍ରୀ ଦ୍ରଷ୍ଟି ଧାମୀ। ବର୍ତ୍ତମାନ ସେ ମାଆ ହୋଇଛନ୍ତି। ବିବାହର ୮ ବର୍ଷ ପରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି । ୨୨ ଅକ୍ଟୋବର ୨୦୨୪ରେ ସେମାନଙ୍କ ଘର