ଗର୍ଭବତୀଙ୍କୁ ଖଟିଆରେ ବୋହି ନଦୀ ପାର୍ କରିବା ପରେ ମେଡିକାଲରେ ଭର୍ତ୍ତି
by Argus News
Sat, Jul 27 | 1:00 p.m.

ଅର୍ଗସ ବ୍ୟୁରୋ: ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ କରଡ଼ାବଣି ଗାଁରେ ଅଭାବନୀୟ ଘଟଣା। ଗାଁର ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ନଦୀ ପାର୍ କରିବା ପରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। କରଡାବଣି ଗାଁର ହରିହର ହାଁସଦାଙ୍କ ସ୍ତ୍ରୀ ବୀଜ ହାଁସଦାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ରାମିଆଳ ନଦୀ ପାର କରାଯାଇ ମେଡିକାଲକୁ ନିଆଯାଇଥିଲା । ପରେ କାମାକ୍ଷାନଗର ମେଡ଼ିକାଲରେ ତାଙ୍କର ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିବା ଜଣାପଡିଛି । କରଡ଼ାବଣି ଗାଁକୁ ଭଲ ରାସ୍ତା ନଥିବାରୁ ଲୋକମାନେ ଚିକିତ୍ସା କ୍ଷେତ୍ରରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି । ଯାହାର ଫଳ ସ୍ୱରୂପ ଆମ୍ୱୁଲାନ୍ସ ଆସିପାରୁନାହିଁ। ଅଣ୍ଟାଏ ଅଣ୍ଟାଏ ପାଣିରେ ଲୋକେ ଗର୍ଭବତୀ ମହିଳାଙ୍କୁ ନେଇ ଯିବାଆସିବା କରୁଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା