ପୁଣି ଟ୍ରମ୍ପଙ୍କୁ ଗୁଳିମାଡ , ଅଳ୍ପକେ ବର୍ତ୍ତିଲେ ଟ୍ରମ୍ପ
by Argus News
Mon, Sep 16 | 9:16 a.m.

ଅର୍ଗସ ବ୍ୟୁରୋ : ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ । ଫ୍ଲୋରିଡାରେ ଗଲ୍ଫ ଖେଳୁଥିବା ବେଳେ ନିକଟରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିଲା । ଟ୍ରମ୍ପଙ୍କ ଦେହରେ ଗୁଳି ବାଜିନି, ସେ ସଂପୂର୍ଣ୍ଣ ସୁରକ୍ଷିତ ଅଛନ୍ତି । ଗୁଳିମାଡ ପରେ ସନ୍ଦିଗ୍ଧ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ ମଧ୍ୟ ପରେ ତାକୁ ଗିରଫ କରାଯାଇଛି । ତା ନିକଟରୁ ଗୋଟିଏ AK 47 ଜବତ ଜବତ ହୋଇଛି । ପୂର୍ବରୁ ଜୁଲାଇ ୧୩ରେ ପେନସିଲଭାନିଆରେ ଟ୍ରମ୍ପଙ୍କୁ ଟାର୍ଗେଟ୍ କରି ଗୁଳିମାଡ ହୋଇଥିଲା ।

ଅଧିକ ପଢନ୍ତୁ : ୨୦ ବର୍ଷ ବୟସର ଯୁବକ କାହିଁକି ଟ୍ରମ୍ପଙ୍କୁ ମାରିଲା ଗୁଳି ?

ସେପଟେ ଟ୍ରମ୍ପଙ୍କ ଉପରେ ହତ୍ୟା ଉଦ୍ୟମକୁ ଗୁରୁତର ସହ ନେଇଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ । ଟ୍ରମ୍ପ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବାରୁ ସେ ଆଶ୍ବସ୍ତ ହୋଇଛନ୍ତି । ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆମେରିକାରେ ରାଜନୈତିକ ହିଂସାର କୌଣସି ସ୍ଥାନ ନାହିଁ । ଟ୍ରମ୍ପଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ରାଷ୍ଟ୍ରପତି ଜୋ ବାଇଡେନ ସୂଚନା ଦେଇଛନ୍ତି ।                   

ବାଲେଶ୍ବର ବନ୍ୟା
14m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
45m ago
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
50m ago
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ