ବିଦେଶିନୀଙ୍କୁ ଅସଦାଚରଣ ଅଭିଯୋଗ, ଲିଙ୍ଗରାଜ ସେବାୟତ ଗିରଫ
by Argus News
Wed, Feb 21 | 1:15 p.m.

ଅର୍ଗସ ବ୍ୟୁରୋ: ଗିରଫ ହେଲେ ଲିଙ୍ଗରାଜ ମନ୍ଦିର ସେବାୟତ। ବିଦେଶିନୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ସେବାୟତ। ଗିରଫ ଅଭିଯୁକ୍ତଙ୍କ ନାମ କୁଣ୍ଡୁ ମହାପାତ୍ର ବୋଲି ଜଣାପଡ଼ିଛି। 

ଖବର ଅନୁଯାୟୀ, ଲିଙ୍ଗରାଜ ମନ୍ଦିରର ଉତ୍ତର ଦ୍ବାର ବାହାରେ ବିଦେଶିନୀଙ୍କୁ ଅସଦାଚରଣ କରିଥିଲେ ସେବାୟତ। ଏନେଇ ଲିଙ୍ଗରାଜ ଥାନା ପୋଲିସ ନିକଟରେ ଅଭିଯୋଗ କରିଥିଲେ ବିଦେଶିନୀ। ଏହାପରେ ଆକ୍ସନକୁ ଆସି ପୋଲିସ ସେବାୟତ କୁଣ୍ଡୁ ମହାପାତ୍ରଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ବିରୋଧରେ ଆଇପିସିର ଧାରା ୩୫୪, ୩୫୪A ଧାରା ଲାଗିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାଜ୍ୟରେ ଲାଗୁ ହେବ
20m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର