ବିଜେପି ସମର୍ଥିତ ଯୁବକଙ୍କୁ ଅପହରଣ କରି ହତ୍ୟା ଅଭିଯୋଗ
by Argus News
Thu, Jul 11 | 11:54 a.m.

ଅର୍ଗସ ବ୍ୟୁରୋ: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପଲିଟିକାଲ ମର୍ଡର ଅଭିଯୋଗ । ଫୁଲଚରା ଗାଁର ବିଜେପି ସମର୍ଥିତ ଯୁବକ ସୁରଥ ନାଏକଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ଅଭିୟୋଗ । ବିଜେଡି କର୍ମୀ ମାରି ଦେଇଥିବା ଅଭିଯୋଗରେ ବୀରମହାରାଜପୁର ମୁଖ୍ୟ ଛକରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ । ଅଭିଯୋଗ ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଫୁଳଚରା ଗାଁ ର ସୁରଥ ନାଏକ ଗତକାଲି ସନ୍ଧ୍ୟା ୬ ଟାରୁ ନିଖୋଜ ଅଛନ୍ତି । ପରିବାର ଲୋକ ତାଙ୍କୁ ଖୋଜା ଖୋଜି କରିଥିବାବେଳେ ଜୋର ନିକଟରୁ ତାଙ୍କ ଚପଲ ଓ ଘୋଷାଡି ନେଇଥିବା ଚିହ୍ନ ଦେଖିଥିଲେ । 

ଏନେଇ ଥାନାରେ ଲିଖିତ ଅଭିଯୋଗ ପରେ ମଧ୍ୟ ପୋଲିସ ଏତଲା ରଖି ନଥିଲେ । ପରେ ବିଧାୟକ ରଘୁନାଥ ଜଗଦଲାଙ୍କ ହସ୍ତକ୍ଷେପ ପରେ ପୋଲିସ ଏତଲା ରଖିଥିଲେ ମଧ୍ୟ କୌଣସି ତତ୍ପରତା ଦେଖାଇ ନଥିବା ଅଭିଯୋଗ ହୋଇଛି । ଘଟଣାରେ କିଛି ବିଜେଡି ନେତା ଓ କର୍ମୀଙ୍କ ସଂପୃକ୍ତି ଥିବା ସହ ତାଙ୍କୁ ହତ୍ୟା କରାଯାଇଥିବା ସୁରଥଙ୍କ ପୁଅ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଓ ସୀଂସଦ ସଙ୍ଗୀତା ସିଂହଦେଓ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା