ଉଦ୍ଧାର ଶ୍ରମିକଙ୍କୁ ଶୁଭକାମନା ଓ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
by Argus News
Tue, Nov 28 | 10:11 p.m.

ଅର୍ଗସ ବ୍ୟୁରୋ : ୧୭ ଦିନ ବା ୪ଶହ ଘଣ୍ଟାରୁ ଅଧକ ସମୟର ଅକ୍ଲାନ୍ତ ପରିଶ୍ରମ ପରେ ଶେଷରେ ଅନ୍ଧାରୀ ଟନେଲରୁ ଫେରିଛି ଜୀବନ । ସନ୍ଧ୍ୟା ୭ଟା ୫ରେ ସେମାନଙ୍କ ପାଖରେ ରେସ୍କ୍ୟୁ ପାଇପ୍ ପହଞ୍ଚିଥିଲା । ତାପରେ ସମସ୍ତ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଭାବେ କରାଯାଇଛି ଉଦ୍ଧାର । ଏହାସହ ଉତ୍ତରକାଶୀ ସିଲକ୍ୟାରା ଟନେଲ ଭିତରୁ ଶ୍ରମିକଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । 

ସେହିପରି ରେସ୍କ୍ୟୁ ଅପରେସନ୍‌ର ସଫଳତା ନେଇ ଖୁସି ବ୍ୟକ୍ତ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସମସ୍ତ ୪୧ ଶ୍ରମିକ ସୁସ୍ଥ ଥିବା ଜଣାପଡ଼ିଛି । ରାତି ହୋଇଯାଇଥିବାରୁ ସେମାନଙ୍କ ଏୟାର ଲିଫ୍ଟିଂ ହୋଇପାରିଲା ନାହିଁ । ତେଣୁ ସେମାନଙ୍କୁ ସଡ଼କ ପଥରେ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲକୁ ନିଆଯାଇଛି । ଆସନ୍ତାକାଲି ରିଶିକେଶ ସ୍ଥିତ ଏମ୍‌ସ ହସ୍ପିଟାଲକୁ ସେମାନଙ୍କୁ ସ୍ଥାନାନ୍ତର କରାଯିବ । 


 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି