ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ
by Argus News
Fri, Jul 26 | 5:44 p.m.

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ । ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।  ଲଘୁଚାପ ନେଇ ୧୩ ଜିଲ୍ଲାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଚିଠି ଲେଖିଛନ୍ତି । ଲଘୁଚାପ ବର୍ଷାରେ ଉତ୍ତର ଓଡ଼ିଶାରେ ଉପୁଜିପାରେ ବନ୍ୟା ସ୍ଥିତି । ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାକୁ ସଜାଗ ରହିବାକୁ SRCଙ୍କ ନିର୍ଦ୍ଦେଶ ରହିଛି । 

ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୩ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ , କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାକୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । 

ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ 2 ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ମୁହାଁ ହେବ । ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । 

ଆହୁରି ପଢନ୍ତୁ ପାଣିପାଗ ଖବର...
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା