ଭଦ୍ରକରେ ଗୋଷ୍ଠୀ ସଂଘର୍ଷ, ୧୬୩ ଧାରା ଲାଗୁ
by Argus News
Thu, Sep 19 | 4:57 p.m.

ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ବୟାଙ୍ଗଡିହି ପଞ୍ଚାୟତ ଗୁଡୁପୋଖରୀ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ପତାକା ଉପୁଡାକୁ ନେଇ ଉତ୍ତେଜନା । ଯାହାକୁ ନେଇ ୪ ଜଣ ଆହତ ହୋଇଥିବାବଳେ ଜଣେ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଇଥିବାବେଳେ ଜଣେ ଚିକିତ୍ସା ପାଇଁ କଟଟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବାବେଳେ ଧୂଷୁରୀ ଓ ଧାମନଗର ପୋଲିସ ପହଞ୍ଚି ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ ହୋଇଛି । 

ସେପଟେ ଉକ୍ତ ବଜାରରେ ଗୋଷ୍ଠୀ ସଂଘର୍ଷକୁ ନେଇ  BNSS ର ୧୬୩ ଧାରା ଲାଗୁ ହୋଇଛି । ଭଦ୍ରକ ଉପଜିଲ୍ଲାପାଳ ମନୋଜ ପାତ୍ରଙ୍କ ନିର୍ଦ୍ଦେଶରେ ୧୬୩ ଧାରା ଲାଗୁ ହୋଇଛି । ୧୯ ତାରିଖ ଅପରାହ୍ନ ୨ ଟା ଠାରୁ ୨୧ ସକାଳ ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ । ଏହି ସମୟରେ ଗୁଡୁପୋଖରୀର ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦିଆଯାଇଛି ।
 

ଆହୁରି ପଢନ୍ତୁ ଓଡିଶା ଖବର...

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ