ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଅରବିନ୍ଦ କେଜ୍ରିୱାଲ
by Argus News
Tue, Sep 17 | 7:35 a.m.

ଅର୍ଗସ ବ୍ୟୁରୋ:  ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଆପ୍‌ର ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ । କେଜ୍ରିୱାଲ ଆଜି ଅପରାହ୍ନରେ ଉପ ରାଜ୍ୟପାଳ ସକ୍ସେନାଙ୍କୁ ଭେଟିବେ। ଏହି ସମୟରେ ସେ ସାଂପ୍ରତିକ ସ୍ଥିତି ସମ୍ପର୍କରେ ତାଙ୍କୁ ଅବଗତ କରାଇବେ ଓ ଇସ୍ତଫାପତ୍ର ପ୍ରଦାନ କରିବେ। ସେହିପରି କେଜ୍ରିୱାଲ ଖୁବଶୀଘ୍ର ନିଜର ବାସଭବନ ମଧ୍ୟ ଖାଲି କରିବେ । ସେପଟେ କିଏ ହେବ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା ପରେ ଆରମ୍ଭ ହୋଇଛି କଳ୍ପନା ଜଳ୍ପନା । ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି ଅତିସୀ ମାର୍ଲେନା, ଗୋପାଳ ରାୟ, ସୌରଭ ଭରଦ୍ବାଡ ଓ କୈଳାସ ଗେହେନଟ୍ ଓ ଇମ୍ରାନ ହୁସେନଙ୍କ ଭଳି ତୁଙ୍ଗ ନେତା । ଶୁକ୍ରବାର ଜେଲରୁ ମୁକୁଳିଥିବା କେଜ୍ରିୱାଲ ରବିବାର ଦଳୀୟ ମୁଖ୍ୟାଳୟରେ ଆପ୍‌ କର୍ମୀମାନଙ୍କୁ ସମ୍ବୋଧନ କରିଥିଲେ। ଏହି ସମୟରେ ସେ ସମସ୍ତଙ୍କୁ ଚକିତ କରି ୪୮ ଘଣ୍ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ ।

ଅଧିକ ପଢ଼ନ୍ତୁ ଦେଶ ଖବର:

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ