ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢୀ
by Argus News
Fri, May 24 | 5:18 p.m.

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ତାଙ୍କ ଜାଗାରେ ଦାୟିତ୍ୱ ନେଇଛନ୍ତି ଅରବିନ୍ଦ ପାଢୀ। ତେବେ ଅରବିନ୍ଦ ପାଢୀ ପୁରୀ ଆସି ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି ଦାୟିତ୍ୱ ନେବାସହ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। 

ବିଶେଷକରି 1971ମସିହାରେ ଯେଉଁଭଳି ଭାବେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ରଥଯାତ୍ରା ନୀତିକାନ୍ତି ସମ୍ପାଦନ ହୋଇଥିଲା ଚଳିତବର୍ଷ କିଭଳି ନୀତିକାନ୍ତି ସମ୍ପନ୍ନ ହେବ ସେ ସମ୍ପର୍କରେ ମଧ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ରଥଖଳା ଯାଇ ରଥନିର୍ମାଣ କାର୍ଯ୍ୟକୁ ମଧ୍ୟ ଦୃଷ୍ଟି ଦେଇଥିଲେ ଅରବିନ୍ଦ। କିନ୍ତୁ ନିର୍ବାଚନ ଚାଲିଥିବାରୁ କୌଣସି ପ୍ରତିକ୍ରିୟା ଦେଇନଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ