ଗୋଷ୍ଠୀ ସଂଘର୍ଷ ଘଟଣାରେ ଫେରୁଛି ଶାନ୍ତି, ପୌରାଞ୍ଚଳରେ କର୍ଫ୍ୟୁ ବଳବତ୍ତର ରହିବ
by Argus News
Wed, Jun 19 | 1:26 p.m.

ଅର୍ଗସ ବ୍ୟୁରୋ:  ବାଲେଶ୍ୱର ସୁନହଟ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଫେରୁଛି ଶାନ୍ତି । ଆଜି ମଧ୍ୟରାତ୍ର ପର୍ଯ୍ୟନ୍ତ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ କର୍ଫ୍ୟୁ ବଳବତ୍ତର ରହିବ । ସାରା ସହରକୁ ଏବେ ୪୩ ପ୍ଲାଟୁନ୍ ପୁଲିସ ଫୋର୍ସ ଜଗି ରହିଛନ୍ତି । ଜରୁରୀ କାମ ନଥିଲେ ଘରୁ ନବାହାରିବା ପାଇଁ ପ୍ରଶାସନ ପକ୍ଷରୁ ଅପିଲ୍ କରାଯାଇଛି । ସେହିପରି ସୋସିଆଲ ମିଡ଼ିଆରେ ବିଶୃଙ୍ଖଳା ସୃଷ୍ଟିକାରୀ ମନ୍ତବ୍ୟ ଆସୁଥିବାରୁ ସୋସିଆଲ ମିଡିଆ ବ୍ୟବହାର ଉପରେ ରୋକ୍ ଲଗାଯାଇଛି । ଆସନ୍ତାକାଲି ସକାଳ 10ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ।

ବାଲେଶ୍ୱର ପୌରାଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ରାଜ୍ୟ ଗୃହ ବିଭାଗର ଅପିଲ୍ କରିଛି । ହିଂସା ଘଟଣାରେ ଉଭୟ ଗୋଷ୍ଠୀର 44 ଜଣଙ୍କୁ ଅଟକ ରଖିଛି ପୋଲିସ । ସେପଟେ ସହରରେ ଶାନ୍ତି ପ୍ରତିଷ୍ଠା ପାଇଁ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିଧାୟକ ମାନସ ଦତ୍ତ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ପ୍ଲାଣ୍ଟରେ ବିସ୍ଫୋରଣ
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍