ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...
by Argus News
Sun, Apr 07 | 8:43 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣିବାକୁ ଚାହୁଁଛନ୍ତି କି ? ତେବେ ଜାଣି ରଖନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।

ମେଷ-
ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଅବିବାହିତ ଯୁବକ ଯୁବତୀ ମାନେ ନିଜ ମନ ପସନ୍ଦର ଜୀବନ ସାଥୀ ଚୟନ କରିବେ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ସନ୍ତାନ ମାନଙ୍କୁ ନେଇ ଚିନ୍ତିତ ରହିବେ । ମହିଳା ମାନେ ଉଚ୍ଚମନା ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ 
ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି  । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ  ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ । ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ଜ୍ଝ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚିତ୍ର  ଦେଖୀପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ
ସିଂହ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 
ତୁଳା-
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ  ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାର‌୍ୟ୍ୟର ପ୍ରତିଶୃତି ଦେବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।  ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ପରିବାରରେ ଥିବା ମତାନ୍ତର- ମନାନ୍ତରରେ ପରିଣତ ହୋଇପାରେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।    
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ। ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସ୍ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

ଏମ୍ସରୁ ସୁସ୍ଥ ହୋଇ
11m ago
ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିଲେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ
ଅର୍ଗସ ବ୍ୟୁରୋ: ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ବିଜେପି ନେତା ତଥା ବ୍ରହ୍ଣପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିସ୍ଫୋରକ ବୟାନ। ମୋତେ ଆକ୍ରମଣ ବିଜେଡିର ଏ
ରିଗିଂ ଅଭିଯୋଗ
22m ago
ବିଜେଡିର ଏଜେଣ୍ଟ ଜବରଦସ୍ତ ଭୋଟ୍ ଦେଉଥିବା ଅଭିଯୋଗ
ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବୁଥ୍ ରିଗିଂ ଅଭିଯୋଗ । କିରାସରା ଓ କାଦପଦର ବୁଥରେ ବିଜେଡି ନେତା ଭୋଟ୍ ରିଗିଂ କରୁଥିବା ଅଭିଯୋଗ କରିଛନ୍ତି ଲୋକେ l ଭୋଟରଙ୍କୁ ଭୋଟ
୪୭ନଂ ବୁଥରେ
37m ago
୪୭ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ
ଅର୍ଗସ ବ୍ୟୁରୋ: ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ତୁରୁମୁ ପଞ୍ଚାୟତର ବେରୁଆବାଡ଼ି ଗ୍ରାମର ୪୭ ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ। ବିଜେପି କର୍ମୀମାନଙ୍କୁ ଆକ୍ରମଣ ଅଭିଯୋଗ। ବୁ