ଜାଣନ୍ତୁ କ'ଣ କହୁଛି ଆଜି ଆପଣଙ୍କ ଭାଗ୍ୟ : ଜାଣନ୍ତୁ ଶୁଭ-ଅଶୁଭ ଏବଂ ପ୍ରତିକାର
by Argus News
Sat, Dec 02 | 8:19 a.m.

ଅର୍ଗସ ବ୍ୟୁରୋ : ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କର ଭାଗ୍ୟ ଭବିଷ୍ୟତ । ପଢନ୍ତୁ... 
ମେଷ-
ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି  । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ  ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା  ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ ।  ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    

ତୁଳା-
ଇ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ  ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ  ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।  ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।  ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ  ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ