ଜାଣନ୍ତୁ ଆଜିର ରାଶିଫଳ
by Argus News
Fri, Dec 08 | 9:00 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ପଢ଼ନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି।

ମେଷ-
ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବୈବାହିକ ଜୀବନରେ ମଧୁରତା ଆସିପାରେ ।  ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ମହିଳା ମିତ୍ରଙ୍କ ସାହାର‌୍ୟ୍ୟ ମିଳିବ ।ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।  ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ 
କର୍କଟ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । ଅନ୍ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ ।  ଖେଳକୁଦରେ ମନ ଦେବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  
ତୁଳା-
ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –  ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର‌୍ୟ୍ୟ କରିବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।  ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
କୈାଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।
ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।  ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ