କିପରି କଟିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ରାଶିଫଳ...
by Argus News
Sat, Dec 09 | 8:05 a.m.

ଅର୍ଗସ ବ୍ୟୁରୋ : କେମିତି କଟିବ ଆଜି ଆପଣଙ୍କ ଦିନ । ପଢ଼ନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି...
ମେଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-
ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ମନ କଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ଯାନବାହନ ଭ୍ରମଣରେ ସତର୍କ ରହିବା ଉଚିତ୍ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ । ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ ।  ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-
ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କିଛି ଭଲ ଖବର ମିଳିବ , ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ବ୍ୟବସାୟରେ କଠିନ ପରିଶ୍ରମ କଲେ  ଲାଭବାନ ହୋଇପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    

ତୁଳା- 
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ ।  ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିରେ କୈାଣସି ଗୋଟେ ବଡ ପଦବୀ ଯାଇପାରେ ।  ମହିଳା ମାନେ ଧର୍ମପରାୟଣ ହେବେ     
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ବାହାର ଖାଦ୍ୟ ଖାଇବା ଠାରୁ ଦୂରେଇ ରୁହନ୍ତୁ । ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ପଢାପଢିରେ ଶୁଭଫଳ ମିଳିବ । ଅଫିସ୍ କାମରେ ବ୍ୟସ୍ତ ରହିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।   
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
 
ମକର-
କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ସେଥିରେ ଲାଭ ମିଳିବ । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ  କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ମହିଳା ମାନଙ୍କର ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ଛୋଟ ଛୋଟ କଥାର ଅଣଦେଖା ନ କରିବା ଭଲ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମୀନ-
ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ରାଶିଫଳ ବିଷୟରେ ଅଧିକ ଜାଣନ୍ତୁ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ