କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ...
by Argus News
Sun, Feb 18 | 9:12 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।

ମେଷ-
ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ବେପାର ବୃତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ        
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର  ପରିକଳ୍ପନା କରିବେ ଓ ସେଥିରେ ପ୍ରଚୁର ଲାଭ ମିଳିବ । ଜୀବନ ସାଥୀଙ୍କ ସହିତ ଶାନ୍ତି ବାତାବରଣ ସୃଷ୍ଟି କରିବେ ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ୍ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ    
ମିଥୁନ-
ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ    ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ  ସହଯୋଗ କରି ଆଗକୁ ଯିବେ । ରାଜନିତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।    ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ 
ସିଂହ-
ପାରିବାରିକ ସହମତିରେ  କାର‌୍ୟ୍ୟ ସିଦ୍ଧି ଘଟିପାରୋ  ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ମହିଳା ମାନେ ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ପାରିବାରିକ ସ୍ଥିରତା  ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର‌୍ୟ୍ୟରୁ ପ୍ରଂଶସିତ ହୋଇ ପାରନ୍ତି    
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ
ତୁଳା-
ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ । ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି  ମହିଳା ମାନେ  ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ । ଆପଣଙ୍କର ପ୍ରୟାସ ଯୋଗୁ ବଡ଼ ସଫଳତା ସହିତ ପୁରସ୍କୃତ ହେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ ବିଦ୍ୟାରେ ଶୁଭ ଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ     
କୁମ୍ଭ-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ ।  ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ    
ମୀନ-
ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ ।ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପକେଟ ମାର ଜନିତ ଧନହାନି ଘଟିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ