ଆଜିର ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ...
by Argus News
Tue, Nov 28 | 8:27 a.m.

ଅର୍ଗସ ବ୍ୟୁରୋ:  କେମିତି କଟିବ ଆପଣଙ୍କର ଆଜିର ଦିନ। ତାକୁ ନେଇ ଚିନ୍ତିତ କି। ଜାଣିରଖନ୍ତୁ କଣ କହୁଛି ଆପଣଙ୍କ ରାଶି।

ମେଷ-
ଶାରୀରିକ ଚିନ୍ତା ଦୂର ହେବ । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ। ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଧନ୍ୟଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
ସିଂହ-
ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ଆଜିର କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର‌୍ୟ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ସାଉଟିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ   
ତୁଳା-
କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜ୍ଜିତ କରିପାରିବେ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ଯାନବାହନ କିଣିବା ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ବ୍ୟବସାୟରେ ଆଂଶିକ ସଫଳତା ପାଇବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ଶତୃଙ୍କର ସଡଯନ୍ତ୍ରର ଶିକାର ହୋଇପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପଦବୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଅସଂଯମତା କାରଣରୁ ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମ କ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ସମ୍ପତି କୁ ନେଇ ଦୀର୍ଘ ଦିନର ଚିନ୍ତା ଦୂର ହୋଇଯିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ