ଜାଣନ୍ତୁ ଆଜିର ରାଶିଫଳ...
by Argus News
Thu, Oct 10 | 9:47 a.m.

ଅର୍ଗସ ବ୍ୟୁରୋ: ଜାଣନ୍ତୁ ଆଜିର ରାାଇଫଳ ଖବର। କେମିତି କଟିବ ଆଜି ଦିନଟି ଆପଣଙ୍କର।

ମେଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ନିସ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଆଚାର ବ୍ୟବହାର କଥାବାର୍ତାରେ ନିୟନ୍ତ୍ରଣ ନ ରଖିଲେ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଭୋକିଲା ଲୋକଙ୍କୁ ନିରାଶ କରନ୍ତୁ ନାହିଁ
ମିଥୁନ-
ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ । ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ ।  ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ । ନୂତନ କାର୍ଯ୍ୟ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍ । ସମ୍ମୁଖକୁ ଆସୁଥିବା ସବୁ ଆହ୍ୱାନର ଦୃଢ ମୁକାବିଲା କରିବେ । ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ । ପାଖଲୋକଙ୍କ ଠାରୁ ଖୁସି ଖବର ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଜୀବନ ସାଥୀଙ୍କ ସହ ଦିନ ଭଳରେ କାଟିବେ ।ନିଜର କ୍ରୋଧ ଉପରେ ନିୟତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶିକ୍ଷା କ୍ଷେତ୍ରରେ ବିଦ୍ୟାର୍ଥୀମାନେ ସୁନାମ ଅର୍ଜନ କରିବେ । ଭାଇ ଭାଇ ଭିତରେ ଛୋଟ କଥାକୁନେଇ କଳହ ସୃଷ୍ଟି ହୋଇପାରେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର - ସବୁଜ  ରଙ୍ଗର ପୋଷାକ ବ୍ୟବହାର କରନ୍ତୁ 
ତୁଳା- 
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ ।  ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିରେ କୈାଣସି ଗୋଟେ ବଡ ପଦବୀ ଯାଇପାରେ ।  ମହିଳା ମାନେ ଧର୍ମପରାୟଣ ହେବେ     
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କ ର ସାହାର୍ଯ୍ୟ  ସହଯୋଗ ମିଳିବ ।  ନୂଆ ବେପାରରେ ସାମିଲହେବାର ସ୍ୟୁୋଗ ପାଇପାରନ୍ତି । ରାଜନେତାଙ୍କ ଲାଗି ଭଲ ଦିନଟିଏ । ଛାତ୍ର ଛାତ୍ରୀମାନେ ପଢାରେ ମନ ଦେବେ ନାହିଁ । ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।   
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ବ୍ୟବସାୟରେ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ । ଦୀର୍ଘ ଦୀନରୁ ଲାଗିରହିଥିବା ଚିନ୍ତା କମ୍ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବନ୍ଧୁ ଓ ପରିବାର ଲୋକଙ୍କ ସହିତ ହସ ଖୁସିରେ ସମୟ ବିତିବ । ଗାୟକଙ୍କ ଲାଗି ଭଲ ଦିନଟିଏ । ରାଜନୀତିରେ ପଦୋନ୍ନତି ମିଳିବାର ସୁଯୋଗ ରହିଛି ।  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ଛୋଟ ଛୋଟ କଥାର ଅଣଦେଖା ନ କରିବା ଭଲ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମୀନ-
ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ ନାହିଁ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଅଧିକ ପଢ଼ନ୍ତୁ ଓଡିଶା ଖବର:

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା