ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହ ଏହି ରାଶି
by Argus News
Wed, Sep 25 | 10:55 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆପଣଙ୍କର ଆଜିର ଦିନ। କଣ କହୁଛି ଆପଣ ରାଶିଫଳ।

ମେଷ-
ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
ବୃଷ-
ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ ।
ଶୁଭ ରଙ୍ଗ-ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ତୁମ ଖାଦ୍ୟରୁ ଅଧେ ଗାଈ କୁ ଖାଇବାକୁ ଦିଅନ୍ତୁ
ମିଥୁନ-
ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ ।  ଚାକିରିରେ ଯୋଗ୍ୟତା ଅନୁସାରେ  କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।
ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
କର୍କଟ-
କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ 
 । ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଂଶସିତ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା-୨
ପ୍ରତିକାର- ଶିବଙ୍କ ସହସ୍ରନାମ ପାଠ କରନ୍ତୁ
ସିଂହ-
ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ  ବୁଝିବିଚାରି କଲେ ଠିକ୍ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ମହିଳାମାନେ ପରିବାର ସହିତ ହସ ଖୁସିରେ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ପୂଜା କରନ୍ତୁ
ତୁଳା-
ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ 
ବିଛା-
ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର- ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ପାରିପାରିକ ଜୀବନ ସୁଖମୟ ହୋଇପାରେ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ମୀନ-
ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ  । କାରବାରରେ  ସଫଳତା ପାଇବେ । ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା-୩
ପ୍ରତିକାର- ବିଷ୍ଣୁଙ୍କ ପୂଜା , ପାଠ କରନ୍ତୁ ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

ପାଟିରେ କଳାଫିତା
8m ago
ପାଟିରେ କଳାଫିତା କାମୁଡି କାହିଁକି ବ୍ୟାଟିଂ କଲେ ଶାକିବ
ଅର୍ଗସ ବ୍ୟୁରୋ: ସବୁଦିନ ଆପଣ କ୍ରିକେଟ ଦେଖୁଥିବେ ହେଲେ ଏଫଟୋ ଉପରେ ଭଲ ଭାବେ ନଜର ପକାନ୍ତୁ। ଆପଣଙ୍କୁ ଏ ଫଟୋ ପ୍ରଥମେ ସାଧାସିଧା ଲାଗିବ। କିନ୍ତୁ ଫଟୋ ପଛର କଳାଫିତାର ରହସ୍ୟ ଜାଣିଲେ ଆପଣଙ୍କ
ଭଟ୍ଟାରିକା ମା'
8m ago
ସାର୍ବଜନୀନ ହେଲା ଭଟ୍ଟାରିକା ମା'ଙ୍କ ସୁନା ଓ ରୁପା ଅଳଙ୍କାର
କଟକ: ସାର୍ବଜାନିକ ହେଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ଭଟ୍ଟାରିକା ମା'ଙ୍କ ସୁନା ଓ ରୁପା ଅଳଙ୍କାର । ସର୍ବମୋଟ ସୁନା 1065.98 ଗ୍ରାମ ଏବଂ ରୂପା 2799.55 ଗ୍ରାମ ଗଣତିରୁ ଜଣାଗଲା
ପ୍ରେମିକ
25m ago
ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା
ଭୁବନେଶ୍ୱର: ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା । ବାଲିଅନ୍ତା ଥାନା ସରକଣା ଗ୍ରାମ ର ବିଶ୍ଵଜୀତ୍ ସାମନ୍ତରାୟଙ୍କ ଘର ପିଣ୍ଡାରେ ଧାରଣାରେ ବସିଛନ୍ତି ତାଙ୍କ ପ୍ରେମିକା