ଦିଲ୍ଲୀ ରାଜନୀତିରେ ହଲଚଲ,କେଜ୍ରିଓ୍ବାଲଙ୍କ ସ୍ଥାନ ନେବେ ଆତିଶୀ
by Argus News
Wed, Sep 18 | 9:18 a.m.

ଅର୍ଗସ ବ୍ୟୁରୋ:ଦିଲ୍ଲୀ ରାଜନୀତିରେ ହଲଚଲ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ପଦରୁ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଇସ୍ତାଫା ପରେ ଅତିଶୀଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରେ ବସାଇବା ପାଇଁ ଘୋଷଣାକରିଛନ୍ତି କେଜ୍ରିଓ୍ବାଲ। ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା କେଜ୍ରିୱାଲ ଶୁକ୍ରବାର ଜେଲରୁ ବାହାରିଥିଲେ। ଏହାପରେ ରବିବାର ସେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରି ୪୮ ଘଣ୍ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ। କେଜ୍ରିୱାଲ ଇସ୍ତଫା ଦେଇଥିବାରୁ ଏବେ ଆପର ଅନ୍ୟତମ ବରିଷ୍ଠ ନେତା ଆତିଶୀ ମାର୍ଲେନା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବେ। ଉପ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି ଆପ୍ ନେତୃତ୍ବ। ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ। ସେପଟେ ବିଜେପି କହିଛି ପ୍ରୋକ୍ସି ସିଏମ କରି ନିଜ ସ୍ବାର୍ଥର ଗୋଟି ଚଳାଇଛି ଆପ


 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ