ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ ଆକ୍ରମଣ
by Argus News
Mon, May 27 | 8:53 p.m.

ଅର୍ଗସ ବ୍ୟୁରୋ: ମତଦାନ ସମୟରେ ଭୋଟରଙ୍କୁ ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କ ଆକ୍ରମଣ ଘଟଣା । ସୁଶାନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଏସପି ନିକଟରେ ଫେରାଦ ହେଲେ ପୀଡିତଙ୍କ ସମେତ ବିଜେପି ପ୍ରତିନିଧି ମଣ୍ଡଳୀ। ସୁଶାନ୍ତ ବେହେରା ଶାସକ ଦଳର ବିଧାୟକ ହୋଇଥିବାରୁ ଛେଣ୍ଡିପଦା ପୋଲିସ କାର୍ଯ୍ୟାନୁଷ୍ଠାନରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଅଭିଯୋଗ । 

ତେବେ ଗତ ୨୫ ତାରିଖରେ ଛେଣ୍ଡିପଦା ବିଧାନସଭା ନିର୍ବାଚନ ମଣ୍ଡଳୀର କୋଶଳା ସିମିଳି ସାହିର 84 ନମ୍ବର ବୁଥରେ ମତଦାନ ଚାଲିଥିବା ବେଳେ ବିଜେଡି ବିଧାୟକ ସୁଶାନ୍ତ ବେହେରା ଓ ସିଦ୍ଧାର୍ଥ ଶଙ୍କର ସାହୁଙ୍କ ମଧ୍ୟର କୌଣସି କଥାକୁ ନେଇ ତିକ୍ତତା ଦେଖାଦେଇଥିଲା । ଏଥିରେ ସୁଶାନ୍ତ ଉତ୍ୟକ୍ତ ହୋଇ ସିଦ୍ଧାର୍ଥଙ୍କୁ ଆକ୍ରମଣ ଉଦ୍ୟମ ସହ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ । ପରେ ଏନେଇ ଛେଣ୍ଡିପଦା ଥାନାରେ ଏତଲା ଦେଇଥିଲେ ସିଦ୍ଧାର୍ଥ ଶଙ୍କର ସାହୁ। ହେଲେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜେପି ପ୍ରତିନିଧି ଦଳ ଘଟଣା ସମ୍ପର୍କରେ ଅବଗତ କରାଇବା ପରେ ଅନୁଗୁଳ ଜିଲ୍ଲାପାଳଙ୍କୁ ଏନେଇ କାର୍ଯ୍ୟାନୁଷ୍ଠାନ ସହ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ହୋଇଥିବା ଜଣାପଡିଛି
 

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ