୭୦ ବର୍ଷ ବୟସରୁ ସମସ୍ତ ବର୍ଗର ନାଗରିକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ
by Argus News
Wed, Sep 11 | 9:37 p.m.

ଅର୍ଗସ ବ୍ୟୁରୋ:  ବରିଷ୍ଠ ନାଗରିକଙ୍କୁ ମିଳିବ ସ୍ବାସ୍ଥ୍ୟ ସୁରକ୍ଷା। ୭୦ ବର୍ଷ ବୟସରୁ ଅଧିକ ସମସ୍ତ ବର୍ଗର ନାଗରିକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଏନେଇ ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ବର୍ତ୍ତମାନ ୭୦ବର୍ଷରୁ ଅଧିକ ସମସ୍ତ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ଲାଭ ପାଇବେ। ଏହା ଦ୍ବାରା ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ନିକଟରେ ଅନୁଷ୍ଠିତ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି ଏହାର ନିର୍ବାଚନୀ ଇସ୍ତାହାର ଆୟୁଷ୍ମାନ କାର୍ଡ ଅଧୀନରେ ଦେଶର 70 ବର୍ଷରୁ ଅଧିକ ବୟସର ସମସ୍ତ ନାଗରିକଙ୍କୁ ୫ ଲକ୍ଷ ଟଙ୍କା ମୂଲ୍ୟର ଚିକିତ୍ସା ପାଇବେ ବୋଲି ଘୋଷଣା କରିଥିଲା।

ଅଧିକ ପଢ଼ନ୍ତୁ ଦେଶ ଖବର:

ଭାରତ ଏବଂ ବାଂଲାଦେଶ
19m ago
ଭାରତ ଏବଂ ବାଂଲାଦେଶ ଟେଷ୍ଟ: ମାଷ୍ଟରପ୍ଲାନ ବିଷୟରେ କହିଲେ ରୋହିତ
ଅର୍ଗସ ବ୍ୟୁରୋ: ଭାରତ ଏବଂ ବାଂଲାଦେଶ ମଧ୍ୟରେ ୨ ଟିକିଆ ଟେଷ୍ଟ ମ୍ୟାଚ୍ କ୍ରିକେଟ୍ ସିରିଜ୍ ଆରମ୍ଭ ହୋଇଛି। ଚେନ୍ନାଇର ଚେପାକ୍ ଗ୍ରାଉଣ୍ଡରେ ଉଭୟ ଦଳ ପରସ୍ପର ସହ ମୁହାଁମୁହିଁ ହୋଇଛନ୍ତି। ଏହ
ବଦଳିବ ମୁଖ୍ୟମନ୍ତ୍ରୀ
39m ago
ବଦଳିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ ଠିକଣା
ଅର୍ଗସ ବ୍ୟୁରୋ: ବଦଳିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନର ଠିକଣା । ରାଜପଥ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା । ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବ
ମେଡିକାଲ କଲେଜ
45m ago
ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ
ଅର୍ଗସ ବ୍ୟୁରୋ : ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ । ଏ ନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ତାଳଚେର ଓ କନ୍ଧମାଳରେ ମେଡିକା