ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି
by Argus News
Wed, Apr 10 | 7:49 a.m.

ପୁରୀ: ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ପୁରୀ ଶ୍ରୀମନ୍ଦିରରେ ଆଜି 4 ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବାୟତମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । 

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରାମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ବା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ଥିବାବେଳେ ରାତି ୧୦ଟା ପରେ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ସୂଚନା ରହିଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ