ବଜେଟରେ ବଡ ଘୋଷଣା: ଶସ୍ତା ହେବ ସୁନା ରୁପା
by Argus News
Tue, Jul 23 | 1:17 p.m.

ନୂଆଦିଲ୍ଲୀ :୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି।  ବଜେଟରେ ବଡ ଘୋଷଣା କରିଛନ୍ତି  ନିର୍ମଳା ସିତାରମଣ। ଆଗାମୀ ଦିନରେ ମହଙ୍ଗା ମାଡ଼ରୁ ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିବା ନେଇ ଘୋଷଣା।

ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ  ଯାହାକି ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ ଏବଂ ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ ବୋଲି ଘୋଷଣା। ଆଗକୁ ବାହାଘର ସିଜିନ ଆସୁଥିବା ବେଳେ ସୁନା ଓ ରୁପାର ଦାମ କମ ହେବାର ସମ୍ଭାବନା ସୃଷ୍ଟି ହୋଇଛି।  ଏଥିସହିତ ମୋବାଇଲ ଚାର୍ଜର ବ୍ୟାଟେରୀ ଶସ୍ତା ହେବ । ସଂପୃକ୍ତ ଜିନିଷ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଘୋଷଣା ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ।  ଶସ୍ତା ହେବ କ୍ୟାନ୍‌ସର୍ ଔଷଧ। ୩ ପ୍ରକାର କ୍ୟାନ୍‌ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ। 
 ଅଧିକ ପଢନ୍ତୁ ଭାରତ ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା