ବିସିସିଆଇ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ଲାଗି ୧୬ ଜଣିଆ ଦଳ ଘୋଷଣା
by Argus News
Mon, Sep 09 | 5:16 p.m.

ଅର୍ଗସ ବ୍ୟୁରୋ:ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ । ବାଂଲାଦେଶ ବିପକ୍ଷରେ ରୋହିତ ଶର୍ମାଙ୍କ ନେତୃତ୍ବରେ୨ଟି ଟେଷ୍ଟ ସିରିଜ ଖେଳିବ ଭାରତ। ପ୍ରଥମ ଟେଷ୍ଟ ପାଇଁ ଦଳ ଘୋଷଣା କରିଛି ବିସିସିଆଇ । ଟିମକୁ ଫେରିଛନ୍ତି ଷ୍ଟାର ୱିକେଟ କିପର ଋଷଭ ପନ୍ତ,ପ୍ରାୟ ୨ ବର୍ଷ ପରେ ଟେଷ୍ଟକୁ ଫେରିଛନ୍ତି ଋଷଭ। ଶେଷଥର ପାଇଁ ୨୦୨୨ ଡିସେମ୍ବରରେ ସେ ଟେଷ୍ଟ ମ୍ୟାଚ୍ ଖେଳିଥିଲେ। ।

 କେଏଲ ରାହୁଲ ଟିମ୍‌କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଦଳରେ ସ୍ଥାନ ପାଇଛନ୍ତି ସର୍ଫରାଜ ଖାନ। ଇଂଲଣ୍ଡ ବିପକ୍ଷ ଡେବ୍ୟୁ ସିରିଜ୍‌ରେ ଭଲ ପ୍ରଦର୍ଶନ କରିଥିବା ସର୍ଫରାଜ ତାଙ୍କ ସ୍ଥାନ ବଜାୟ ରଖିବାରେ ସଫଳ ହୋଇଛନ୍ତି। ଧ୍ରୁବ ଜୁରେଲ ଓ ଆକାଶ ଦୀପ ମଧ୍ୟ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପକ୍ଷରେ ପ୍ରଥମ ଥର ପାଇଁ ଦଳରେ ସାମିଲ ହୋଇଛନ୍ତି ୟଶ ଦୟାଲ। ଭାରତ-ବାଂଲାଦେଶ ମଧ୍ୟସ୍ଥ ପ୍ରଥମ ଟେଷ୍ଟ ସେପ୍ଟେମ୍ବର ୧୯ରେ ଚେନ୍ନାଇରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ସେପ୍ଟେମ୍ବର ୨୭ରେ କାନପୁରରେ ଖେଳାଯିବ

 


 

ପୋଲିସ ଡିଜି ଓ୍ବାଇବି
9m ago
ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା। ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। ସୂଚନାଯୋଗ୍ୟ ଗତ ମାସରେ ପୁଲି
ଜମ୍ମୁ-କଶ୍ମୀର
31m ago
ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧିକ ମତଦାନ
ଅର୍ଗସ ବ୍ୟୁରୋ: ଏକ ଦଶନ୍ଧି ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଶେଷ ହୋଇଛି । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧି
ରାଜଧାନୀରେ
55m ago
ରାଜଧାନୀରେ ପୁଣି ବୋମାମାଡ: ୩ଟି ବୋମା ଫିଙ୍ଗିଲେ ଦୁର୍ବୁତ୍ତ
ଅର୍ଗସ ବ୍ୟୁରୋ: ରାଜଧାନୀରେ ପୁଣି ବୋମାମାଡ଼ ହୋଇଛି। କ୍ୟାପିଟାଲ ଥାନା ଅଞ୍ଚଳର ଦୁଇଟି ସ୍ଥାନରେ ବୋମାମାଡ ହୋଇଛି। ୨ଜଣ ଯୁବକ ବାଇକରେ ଆସି ଦୁଇଟି ସ୍ଥାନରେ ୩ଟି ବୋମା ପକାଇ ଫେରାର