ଆଜି ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି
by Argus News
Fri, Feb 09 | 8:29 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ । ତାକୁ ନେଇ ଚିନ୍ତିତ କି ? ତେବେ  ଜାଣି ରଖନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ ।
ମେଷ-
କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଚାକିରିରେ ତୀକ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ  ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ବୃଷ-
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ରାଜନିତିରେ ସତ୍ୟବାଦି ହେବେ ।  ଲେଖାପଢାରେ ଧନ ଅର୍ଜନ କରିବେ ।  ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ    
ମିଥୁନ-
ଶରୀରରେ ଆଘାତ ପାଇ ପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ କୃତକାର୍ଯ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ବିଶୃଙ୍ଖଳା ଉପୁଜିପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି  ପାସୋରି ଯିବେ ।  ମହିଳା ମାନେ ଧର୍ମପରାୟଣ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ପ୍ରଶଂସା ପ୍ରାପ୍ତିର ସୈାଭାଗ୍ୟ ଅର୍ଜନ କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ତୁଳା-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇପାରନ୍ତି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ । ସଂଚାର କ୍ଷେତ୍ରରେ  ବ୍ୟକ୍ତିଙ୍କୁ ଲାଭ ମିଳିବ । ମହିଳା ମାନେ ସଜବାଜରେ ଦିନ କଟିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ । ମହିଳା ମାନେ ଅନ୍ୟକୁ ସାହା କରିବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି    
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି। ସଞ୍ଚିତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ