ମହୁମାଛି ଆକ୍ରମଣ: ୨ ସ୍କୁଲ ଛାତ୍ରଙ୍କ ସମେତ ୭ ଗୁରୁତର
by Argus News
Wed, Nov 29 | 2:51 p.m.

ଅର୍ଗସ ବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାର ବେତନଟୀ ବ୍ଲକ ଅନ୍ତର୍ଗତ ବୈଦପୁର ହାଟପଡିଆରୁ ବର୍ତ୍ତନା ଜଙ୍ଗଲ ରାସ୍ତାରେ ବାଘୁଆ ମହୁମାଛି ଆକ୍ରମଣରେ ୨ ସ୍କୁଲ ଛାତ୍ରଙ୍କ ସମେତ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତଙ୍କୁ ବୈଶିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନା ମୁତାବକ, ବୁଧବାର ସକାଳ ସାଢେ ୯ଟାରେ ହଠାତ୍ ବାଘୁଆ ମହୁମାଛି ଦଳ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଆକ୍ରମଣ କରିଥିଲେ ।  ସମସ୍ତ ଗୁରୁତର ଏବଂ ଆହତଙ୍କୁ ବୈଶିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ୫ଜଣ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ହୋଇ ଫେରିଯାଇଛନ୍ତି। ତେବେ ବାଘୁଆ ମହୁମାଛି ଆକ୍ରମଣ ଖବର ପାଇବା ପରେ ଉକ୍ତ ରାସ୍ତାରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ସୂଚନା ମିଳିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ରାଇବଣିଆ ଅଞ୍ଚଳରେ
2m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ