ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ
by Argus News
Sun, Jul 07 | 12:39 p.m.

ଅର୍ଗସ ବ୍ୟୁରୋ:  ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ଭକ୍ତ  । ଶ୍ରୀମନ୍ଦିରର ସିଂହଦ୍ବାର  ସମ୍ମୁଖରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ ଅପେକ୍ଷାରେ ତିନି ଠାକୁରଙ୍କର । ଭକ୍ତଙ୍କ ଲାଗିଲାଣି ଗହଳି.. ମହାପ୍ରଭୁଙ୍କୁ ଦର୍ଶନ କରିବେ ଶହ ଶହ ଭକ୍ତ।  ବଡଦାଣ୍ଡ ହେଲାଣି ଲୋକାରନ୍ୟ। ବ୍ରହ୍ମାଣ୍ଡ ଠାକୁରଙ୍କ ଆସିବା ବାଟକୁ ଅନେଇ ରହିଛି ଭକ୍ତ।  ଭିଜିବ ଭକ୍ତର ଆଖି  ଭିଜିବ ବଡଦାଣ୍ଡ। ଧନ୍ୟ ହେବେ ସଚରାଚର। 

ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ ହୋଇ ୨ଟା ୩୦ରେ ସରିବ । ଏହାପରେ ୪ଟାରେ ଛେରାପହଁରା ଓ ଅପରାହ୍ନ ୫ଟାରେ ରଥ ଟାଣିବାକୁ ନୀତି ନିର୍ଘଣ୍ଟ ହୋଇଛି । ଏଥର ବିରଳ ସଂଯୋଗ କ୍ରମେ ୧୯୭୧ ମସିହା ଭଳି ଗୋଟିଏ ଦିନରେ ନବଯୌବନ, ନେତ୍ରୋତ୍ସବ ସହ ଘୋଷଯାତ୍ରା ପଡୁଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର କଡାକଡି କରାଯାଇଛି  ସୁରକ୍ଷା ବ୍ୟବସ୍ଥା ।

ଅଧିକ ପଢ଼ନ୍ତୁ: ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ