ମେଡ଼ିକାଲ କଲେଜରେ ପୁଣି ରାଗିଂ, ଜୁନିୟରଙ୍କୁ ପିଟିଲେ ସିନିୟର ଛାତ୍ର
by Argus News
Mon, Feb 12 | 2:43 p.m.

ଅର୍ଗସ ବ୍ୟୁରୋ : ପୁଣି ଏମକେସିଜି ମେଡ଼ିକାଲରେ ରାଗିଂ ଅଭିଯୋଗ । କ୍ୟାମ୍ପସରେ ଏମବିବିଏସ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ଦୁଇଜଣ ସିନିୟର ଛାତ୍ର ମାଡ ମାରିବା ସାଙ୍ଗକୁ  ସହ ରାଗିଂ କରିଥିବା ଅଭିଯୋଗ ହୋଇଛି । ଏନେଇ ଟୁଇଟ କରିଛନ୍ତି ଛାତ୍ରଙ୍କ ବାପା । ମେଡ଼ିକାଲ କଲେଜର ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ର ରୁଦ୍ର ରାଉତ ନାମକ ଜଣେ ଛାତ୍ର ଶୁକ୍ରବାର ରାତିରେ କ୍ୟାମ୍ପସ ଭିତରେ ହେଉଥିବା ବ୍ୟାଣ୍ଡପାର୍ଟି ଅଭ୍ୟାସ କରିବାକୁ ଯାଇଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଅଭ୍ୟାସ ସରିବା ପରେ ୨ ଜଣ ସିନିୟର ଛାତ୍ରଙ୍କ ଅନୁରୋଧ ପ୍ରକାରେ ରୁଦ୍ର ଉଭୟଙ୍କୁ ନେଇ ପୋଲିସ ଫାଣ୍ଡି ନିକଟରେ ଛାଡିଥିଲେ । ହେଲେ କୌଣସି କାରଣରକୁ ନେଇ ଏମବିବିଏସ ଚତୁର୍ଥ ବର୍ଷରେ ପଢୁଥିବା ୨ ଜଣ ସିନିୟର ଛାତ୍ର ରୁଦ୍ରଙ୍କୁ ମାଡ ମାରିଥିଲେ । ଆକ୍ରମଣ ଯୋଗୁଁ ରୁଦ୍ର ଚେତାଶୂନ୍ୟ ହୋଇଯାଇଥିଲେ । ଘଟଣାକୁ ନେଇ ରୁଦ୍ର ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିବା ଜଣା ପଡିଛି ।

ଓଡ଼ିଶା ପ୍ରଦେଶ କଂଗ୍ରେସ
1m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
4m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍
ରାଜ୍ୟରେ ଲାଗୁ ହେବ
32m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ