ବିଶ୍ୱବିଦ୍ୟାଳୟ ରାଗିଂ, ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ
by Argus News
Sun, Oct 06 | 11:55 a.m.

ଅର୍ଗସ ବ୍ୟୁରୋ:  ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରାଗିଂ ଘଟଣା । ଶୃଙ୍ଖଳା କମିଟିର ତଦନ୍ତ ପରେ ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଘଟଣାରେ ସଂପୃକ୍ତ ୪ ଜଣ ଛାତ୍ରଙ୍କୁ ଏକ ସପ୍ତାହ ମଧ୍ୟରେ ହଷ୍ଟେଲ୍‌ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ, ଅନ୍ୟ ୧୩ ଜଣଙ୍କୁ ୧ ହଜାର ଟଙ୍କା ଲେଖାଏଁ ଜରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ କୁହାଯାଇଛି । ଗତ ମାସ ୨୧ ତାରିଖ ରାତିରେ ନୂତନ ଛାତ୍ରାବାସରେ ରହୁଥିବା ପ୍ରଥମ ବର୍ଷ ଛାତ୍ରଙ୍କୁ ଅନ୍ୟ ହଷ୍ଟେଲର ଦ୍ବିତୀୟ ବର୍ଷ ଛାତ୍ରମାନେ ମାନସିକ ନିର୍ଯାତନା ସହ ରାଗିଂକରିଥିବା ନେଇ ୟୁଜିସିର ଆଣ୍ଟି ରାଗିଂ ସେଲ୍‌ରେ ଅଭିଯୋଗ ହୋଇଥିଲା । ୟୁଜିସି ପକ୍ଷରୁ ୨୨ ତାରିଖ ଦିନ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲା ।

୨୩ ତାରିଖ ଦିନ କୁଳପତି ଗୀତାଞ୍ଜଳି ଦାଶଙ୍କ ନିର୍ଦ୍ଦେଶ କ୍ରମେ ପିଜି କାଉନସିଲ୍‌ ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀଙ୍କ ଅଧକ୍ଷତାରେ ଶୃଙ୍ଖଳା କମିଟି ଏବଂ ଆଣ୍ଟି ରାଗିଂ କମିଟିର ଦାୟିତ୍ୱରେ ଥିବା ସଦସ୍ୟଙ୍କ ସହ ଆଲୋଚନା ହୋଇଥିଲା । ଘଟଣାର ତଦନ୍ତ କରିବା ପାଇଁ ଆଣ୍ଟିରାଗିଂ କମିଟିର ୧୨ ଜଣିଆ ଦଳ ଏବଂ ସିକ୍ୟୁରିଟି ଅଫିସର ତଥା ଡିଏସ୍‌ପି ଦୀପ୍ତିକାନ୍ତ ପ୍ରଧାନଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଥିଲା । ତଦନ୍ତକାରୀ ଦଳ ସିସି କ୍ୟାମେରା ଫୁଟେଜ୍‌କୁ ଆଧାର କରି ରାଗିଂ କରିଥିବା ଛାତ୍ରଙ୍କୁ ଚିହ୍ନଟ କରି ପଚରାଉଚରା କରିଥିଲେ । ଘଟଣାରେ ତଦନ୍ତ ରିପୋର୍ଟ ଗତକାଲି କୁଳପତିଙ୍କୁ ପ୍ରଦାନ କରିଥିଲେ । 

ଅଧିକ ପଢ଼ନ୍ତୁ ଓଡିଶା ଖବର:                                                                                                                                                                                   

ଗର୍ଭବତୀ
12m ago
ଗର୍ଭବତୀଙ୍କୁ ଦିଆଯାଇଛି  Expiry ମେଡିସିନ୍
ଯାଜପୁର: ଗର୍ଭବତୀଙ୍କୁ ଦିଆଯାଇଛି ଏକ୍ସପାଇରୀ ମେଡିସିନ୍ । ଦୁଇ ମାସ ପୂର୍ଵରୁ ଔଷଧଗୁଡିକ ଏକ୍ସପାଇରୀ ହୋଇସାରିଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଞ୍ଝାରପୁ
POLICE
ଚଢ଼ାଉ କରି ମୂର୍ତ୍ତି ସମେତ ମୂଲ୍ୟବାନ ସାମଗ୍ରୀ ଜବତ
ଅର୍ଗସ ବ୍ୟୁରୋ: ବିଭିନ୍ନ ମନ୍ଦିରରୁ ମୂଲ୍ୟବାନ ମୂର୍ତ୍ତି ଚୋରି ଘଟଣାରେ ଚଢେଇଗାଁର ଅଭିଯୁକ୍ତଙ୍କ ଘରେ ପୋଲିସ ଚଢ଼ାଉ । ଚଢ଼ାଉ କରି ମୂର୍ତ୍ତି ସମେତ ମୂଲ୍ୟବାନ ସାମଗ୍ରୀ ଜବତ
INCIDENT
ବିଶ୍ୱବିଦ୍ୟାଳୟ ରାଗିଂ, ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ
ଅର୍ଗସ ବ୍ୟୁରୋ: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରାଗିଂ ଘଟଣା । ଶୃଙ୍ଖଳା କମିଟିର ତଦନ୍ତ ପରେ ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଘଟଣାରେ ସଂପୃକ୍