12 ଦିନ ହେବ ଭୁବନେଶ୍ୱର ତାପମାତ୍ରା 40 ଉପରେ
by Argus News
Sat, Apr 27 | 10:16 a.m.

ଭୁବନେଶ୍ୱର:  ରେକର୍ଡ ଭାଙ୍ଗୁଛି ଚଳିତ ବର୍ଷର ଏପ୍ରିଲ ମାସର ତାପମାତ୍ରା । ବିଗତ 12 ଦିନ ହେବ ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ଲଗାତାର 40 ଉପରେ ରହିଥିବାବେଳେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ମଧ୍ୟ ସମାନ ସ୍ଥିତି ଲାଗି ରହିଛି । ଏପ୍ରିଲ ମାସରେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଦୁଇଟି ସ୍ପେଲରେ 14 ଦିନ ହେବ ଉଷ୍ମ ଦିନ ରେକର୍ଡ ହୋଇସାରିଲାଣି । ଆଗକୁ କୌଣସି ବଡ଼ ବର୍ଷାର ସମ୍ଭାବନା ନଥିବାବେଳେ ମେ ମାସ ଦ୍ଵିତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ଉଷ୍ମ ଦିନ ସ୍ଥିତି ଲାଗି ରହିବ । 

ଖାଲି ସେତିକି ନୁହେଁ ଆଗାମୀ 48 ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି 2°C ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଯାହା ପ୍ରଭାବରେ ଆଗାମୀ 4 ରୁ 5 ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ଥିତି ଜାରି ରହିବା ସହ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହରୁ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବ । ରାଜ୍ୟର ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଅଧିକ ରହିବା ସହ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ଆଦ୍ରତା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । 

ଆବଶ୍ୟକ ନଥିଲେ ଦିନ 11 ଟା ରୁ  3 ଟା ମଧ୍ୟରେ ଘରୁ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି । ଗର୍ଭବତୀ, ହାର୍ଟ ରୋଗୀ, ଛୋଟପିଲା, ବୟସ୍କ ବ୍ୟକ୍ତି ବିଶେଷ ଯତ୍ନବାନ ହେବା ସହ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ଏଲର୍ଟ ଜାରି କରିଛି । 
 

ଆହୁରି ପଢନ୍ତୁ ପାଣିପାଗ ଖବର...

BJP
now
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
33m ago
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ
MODI
45m ago
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତ