ହିଟୱେଭ୍ ନେଇ ଆଗୁଆ ସତର୍କ କରାଇଲେ ଏସଆରସି
by Argus News
Thu, Feb 22 | 1:30 p.m.

ଅର୍ଗସ ବ୍ୟୁରୋ : ରାଜ୍ୟରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ରହିବ ପାରଦ ! ଗଲା କିଛି ଦିନ ଧରି ରାଜ୍ୟରେ ବଢୁଛି ଖରା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ଖରାର ଦାଉ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାତି ଆହୁରି ବଢ଼ିପାରେ । ରାଜ୍ୟର କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୧୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେପଟେ ଗ୍ରୀଷ୍ମପ୍ରବାହ ସ୍ଥିତିର ମୁକାବିଲା ପ୍ରସ୍ତୁତି ପାଇଁ ଜିଲ୍ଲାପାଳମାନଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ସବୁ ଜିଲ୍ଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ହିଟ୍‌ୱେଭକୁ ସାମ୍ନା କରିବା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ । ହିଟ୍ ୱେଭରୁ ବର୍ତ୍ତିବାକୁ ନେଇ ଜନସଚେତନତା କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏହି ସମୟରେ କ’ଣ କରିବା ଉଚିତ ଏବଂ କ’ଣ ନକରିବା ଉଚିତ, ତାହା ସାଧାରଣ ଲୋକଙ୍କୁ ବୁଝାଇବାକୁ କୁହାଯାଇଛି । 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ