ଆସନ୍ତାକାଲି ଭୀଷଣ ବାତ୍ୟା ! 
by Argus News
Fri, May 24 | 2:47 p.m.

ଭୁବନେଶ୍ୱର: ସମ୍ଭାବ୍ୟ ଭୀଷଣ ବାତ୍ୟାର ପ୍ରଭାବ ଓଡ଼ିଶାରେ ସିଧାସଳଖ ନାହିଁ। ହେଲେ ବି ରହିବ ପ୍ରଭାବ।  ସମସ୍ତ ୪ ଟି ଯାକ ବନ୍ଦର ଗୁଡ଼ିକୁ ୧ ନମ୍ବର ବିପଦ ସଂକେତ ଦିଆଯାଇଛି। ଓଡ଼ିଶା ଉପକୂଳ ରେ ୨୫ ତାରିଖ ରେ ୪୦ ରୁ ୫୦ କିମି ବେଗରେ ପବନ ବହିବ। ଝଟକା ପବନ ୬୦ କିମି ରହିବ। ୨୬ ସକାଳେ ବୃଦ୍ଧି ପାଇବର ବେଗ  ୬୦ ରୁ ୭୦ ଓ ଝଟକା ପବନ ୮୦ କିମି ଘଂଟା ପ୍ରତି ରହିବ।  ୨୫ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ରେ ପ୍ରବଳ ବର୍ଷା ହେବ। ୨୬ ରେ ଭଦ୍ରକ ଓ ବାଲେଶ୍ୱର ରେ ଅତି ପ୍ରବଳ ବର୍ଷା ସହ ମୟୁରଭଂଜ ଓ କେନ୍ଦ୍ରାପଡା ରେ ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶା ର କିଛି ଅଞ୍ଚଳରେ ବର୍ଷା ରହିବ। 

କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ଶକ୍ତିଶାଳୀ ହେଉଛି। ଯାହା ବର୍ତ୍ତମାନ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଆସନ୍ତାକାଲି ସକାଳେ ବାତ୍ୟା ର ରୂପ ନେବା ପରେ ଉତ୍ତର ଦିଗରେ ଗତି କରିବା ଆରମ୍ଭ କରିବ। ୨୫ ସନ୍ଧ୍ୟାରେ ଭୀଷଣ ବାତ୍ୟାରେ ପରିଣତ ହେବ। ସେହି ସମାନ ଭାବେ ଉତ୍ତର ଦିଗରେ ଗତି କରି ବାଂଲାଦେଶ ସଂଲଗ୍ନ ପଶ୍ଚିମବଙ୍ଗ ର ସାଗର ଦ୍ଵିପ ଓ ଖେପୂପରା ମଧ୍ୟରେ ୨୬ ମଧ୍ୟରାତ୍ର ରେ ଭୀଷଣ ବାତ୍ୟା ହେଇ ଉପକୂଳ ଅତିକ୍ରମ କରିବ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ