'ଏବେ ଯାଏଁ ନୂଆ ଭାରିଏଣ୍ଟ୍ ଓଡ଼ିଶାରେ ଚିହ୍ନଟ ହୋଇନାହିଁ '
by Argus News
Tue, Dec 19 | 3:00 p.m.

ଅର୍ଗସ ବ୍ୟୁରୋ:  ଦେଶରେ ବଢୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଚିନ୍ତା ପ୍ରକଟ କରିଛନ୍ତି ବିଜୟ ମହାପାତ୍ର । ସେ କହିଛନ୍ତି, ଏବେ ଯାଏଁ ନୂଆ ଭାରିଏଣ୍ଟ୍ ଓଡ଼ିଶାରେ ଚିହ୍ନଟ ହୋଇନାହିଁ । ଯଦି ଆସେ, ଆମେ ଜିନୋମ୍ ସିକ୍ବେନ୍ସ୍ ପାଇଁ ପଠାଇବୁ । ବର୍ତ୍ତମାନ ସୁଦ୍ଧା ନୂଆ ଭାରିଏଣ୍ଟରେ ସିଭିଆରିଟିର କୌଣସି ସୂଚନା ନାହିଁ । ତଥାପି ସର୍ଭେଲାନ୍ସ ଜାରି ରହିଛି । କେନ୍ଦ୍ରର ଗାଇଡଲାଇନ୍ ଅନୁଯାୟୀ, ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛୁ ଓ ଯଥେଷ୍ଟ ପରିମାଣ ଟେଷ୍ଟ କିଟ୍ ରହିଛି । 

ଏଣୁ ଯେଉଁ ଲୋକଙ୍କ ପାଖରେ କୌଣସି ସିମଟମ୍ ରହୁଛି, ସେମାନେ ଆସନ୍ତୁ ଟେଷ୍ଟ କରନ୍ତୁ ବୋଲି ଅପିଲ କରିଛି ସ୍ବାସ୍ଥ୍ୟ ବିଭାଗ । ମ୍ୟାନ୍ ପାୱାର, ବେଡ୍, ଔଷଧ ସହ ସମସ୍ତ ପ୍ରକାର ପ୍ରସ୍ତୁତି ଆଗରୁ ସ୍ବାସ୍ଥ୍ୟ ବିଭାଗ କରିଥିଲା ଏବେ ବି କରିଛୁ । ଯେଉଁମାନଙ୍କୁ ଥଣ୍ଡା, କାଶ ରହୁଛି, ସେମାନେ ପ୍ରିକସନ୍ ନେବା ସହ କୋଭିଡ୍ ନିୟମ ଅନୂପାଳନ କରିବାକୁ ସ୍ବାସ୍ଥ୍ୟ ବିଭାଗ କହିଛି । ତେବେ ଥଣ୍ଡା, ଜ୍ବର ହେଲେ ଘରୁ ବାହାରନ୍ତୁ ନାହିଁ । ଲକ୍ଷଣ ଥିଲେ, ପିକନିକ୍ ଯାଆନ୍ତୁ ନାହିଁ ବୋଲି ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ଆହୁରି ପଢନ୍ତୁ ଓଡିଶା ଖବର...
 

HEALTH
37m ago
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ
ନୋଟ୍ ବଣ୍ଟା
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି