ବିଜେପି କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବିଜେଡି କର୍ମୀ
by Argus News
Mon, Jun 24 | 9:50 a.m.

ଅର୍ଗସ ବ୍ୟୁରୋ:  ପରାଜୟ ପରେ ରକ୍ତ ମୁଖା ବିଜେଡି । ବିଜେପି କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବିଜେଡି କର୍ମୀ । ଜନାଦେଶକୁ ସହଜରେ ଗ୍ରହଣ କରି ପାରୁ ନାହାଁନ୍ତି ବିଜୁ ଜନତା ଦଳର ନେତା ଓ କର୍ମୀ । ପ୍ରତିଶୋଧ ପରାୟଣ ହୋଇ ବିଜେପି କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବିଜେଡି କର୍ମୀ । ଏ ଭଳି ଘଟଣା ଦେଖିବାକୁ ମିଳିଛି କଟକ ସଦର ବ୍ଲକ ଅନ୍ତର୍ଗତ କିଶନ ନଗର ଥାନା ବାରଦା ପଞ୍ଚାୟତ ମୁର୍ଗାକୁଳ ଗାଁରେ।  ରବିବାର ବିଳମ୍ବିତ ରାତିରେ ପୂର୍ବତନ ବିଜେଡି ବିଧାୟକ ଚନ୍ଦ୍ର ସାରଥୀ ବେହେରାଙ୍କ ରାଇଟ ହ୍ୟାଣ୍ଡ  ତଥା ବିଜେଡି କର୍ମା ନିରଞ୍ଜନ ପଟାୟତ୍ ଏକ ଧାରୁଆ ଅସ୍ତ୍ରରେ ବିଜେପି କର୍ମୀ ସୁବ୍ରତ ବେହେରା, ଗୌରାଙ୍ଗ ବେହେରାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ