ନିର୍ବାଚନ ପରିଚାଳନା ସମିତି ବୈଠକରେ ଯୋଗଦେଲେ ବିଜେପି ରାଜ୍ୟ ଉପସଭାପତି
by Argus News
Fri, Mar 01 | 8:52 p.m.

ଅର୍ଗସ ବ୍ୟୁରୋ: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ କାର୍ଯ୍ୟାଳୟ ନୂଆ ଦିଲ୍ଲୀ ଠାରେ ନିର୍ବାଚନ ପରିଚାଳନା ସମିତି ବୈଠକରେ ଯୋଗଦେଲେ  ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ।  ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ସଂଗଠନ ମାନ୍ୟ ବି ଏଲ୍ ସନ୍ତୋଷ ଜି ଅନ୍ୟତମ ସାଧାରଣ ସଂପାଦକ ସୁନୀଲ ବଂଶଲ ପ୍ରମୁଖଙ୍କ ମାର୍ଗ ଦର୍ଶନ ପ୍ରାପ୍ତ ହେବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ଗୋଲକ ମହାପାତ୍ର । ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ନୂଆଦିଲ୍ଲୀରେ ନିର୍ବାଚନ ପରିଚାଳନା ସମିତି ବୈଠକ ଅନୁଷ୍ଠିତ ହୋଇଥିଲା । ଯାହା ଗତକାଲି(ଗୁରୁବାର) ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା । 

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଆବାସରେ ମଧ୍ୟ ବିଜେପି ନେତାମାନଙ୍କର ଏକ ବୈଠକ ହୋଇଥିଲା । ଏଥିରେ ମଧ୍ୟ କେଉଁ ଆସନରେ କାହାକୁ ପ୍ରାର୍ଥୀ କରାଯିବ ସେ ନେଇ ମାନସମନ୍ଥନ ହୋଇଥିଲା । ବିଜେପି ମାର୍ଚ୍ଚ ୧୦ ତାରିଖ ପୂର୍ବରୁ ୩୦୦ସିଟରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବାକୁ ଲକ୍ଷ୍ୟ ରଖିଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି