ଆଜି ବସିପାରେ ବିଜେପିର ବିଧାୟକ ଦଳ ବୈଠକ
by Argus News
Mon, Dec 11 | 10:50 a.m.

ଅର୍ଗସ ବ୍ୟୁରୋ: ଆଜି ଘୋଷଣା ହୋଇପାରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ନାଁ । ସୋମବାର ଦିନ ଅର୍ଥାତ୍‌ ଆଜି ବିଜେପିର ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି ମଧ୍ୟପ୍ରଦେଶ ପାଇଁ ବିଜେପି ପର୍ଯ୍ୟବେକ୍ଷକ ମନୋହର ଲାଲ ଖଟ୍ଟର।  ନଭେମ୍ବର ୧୭ ତାରିଖରେ ହୋଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ଗତ ରବିବାର ପ୍ରକାଶ ପାଇଥିଲା। ମଧ୍ୟପ୍ରଦେଶ ବିଧାନସଭାର ୨୩୦ଟି ଆସନ ମଧ୍ୟରୁ ବିଜେପି ୧୬୩ଟି ଆସନରେ ବିଜୟୀ ହୋଇଥିବା ବେଳେ କଂଗ୍ରେସ ୬୬ଟି ଆସନରେ ସୀମିତ ରହିଥିଲା।

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଓବିସି ମୋର୍ଚ୍ଚା ମୁଖ୍ୟ କେ ଲକ୍ଷ୍ମଣ ଏବଂ ସମ୍ପାଦକ ଆଶା ଲାକ୍ରାଙ୍କୁ ମଧ୍ୟପ୍ରଦେଶରେ ଦଳର ବିଧାୟକ ଦଳର ନେତା ଚୟନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ସେପଟେ ଖୁବଶୀଘ୍ର ଅନ୍ୟଦୁଇ ରାଜ୍ୟ ରାଜସ୍ଥାନ ଏବଂ ଛତିଶଗଡ଼ରେ ମଧ୍ୟ ମୁଖ୍ୟମନ୍ତ୍ରୀ ନାଁ ଆସିପାରେ ସାମ୍ନାକୁ।

ଅଧିକ ପଢ଼ନ୍ତୁ ଦେଶ ଖବର:

 

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021