ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କରିଛି ଷ୍ଟାର ପ୍ରଚାର ତାଲିକା
by Argus News
Sat, Oct 26 | 9:42 a.m.

ଅର୍ଗସ ବ୍ୟୁରୋ:  ଝାରଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଜେ.ପି ନଡ୍ଡା, ରାଜନାଥ ସିଂହ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ସାମିଲ ଅଛି। ତାଲିକାରେ ବିଜେପି ନୀତୀନ ଗଡକରୀ ଓ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ପ୍ରମୁଖ ଅଛନ୍ତି। ଝାରଖଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ହେବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ବିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ରେ ହେବ। ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ।

ଅଧିକ ପଢ଼ନ୍ତୁ ଦେଶ ଖବର:

ସୁରେଶ ପୂଜାରୀ
5m ago
କାର୍ଯ୍ୟରେ ଅବହେଳା ପାଇଁ 4 ଅଧିକାରୀ ନିଲମ୍ବିତ - ସୁରେଶ ପୂଜାରୀ
ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ସ୍ୱାଭାବିକ ହେବ ସ୍ଥିତି । ପୁନରୁଦ୍ଧାର କାର୍ଯ୍ୟ ସମ୍ପୂର୍ଣ୍ଣ ଶେଷ ହୋଇଯିବ । ଲଗାଣ ବର୍ଷା ପାଇଁ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି କହିଛନ୍ତି ରାଜସ୍
CYLINDER BLAST
32m ago
ସିଲିଣ୍ଡର ବିସ୍ଫୋରଣରେ ଗୁରୁତର ହେଲେ କ୍ଷତିପୂରଣ ଦେବେ ବୀମା କମ୍ପାନୀ
କଟକ: ଏଣିକି ରୋଷେଇ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଗୁରୁତର ଆହତ ହୋଇ ୫୦ ପ୍ରତିଶତ ଶାରୀରିକ ଅକ୍ଷମ ହେଉଥିବା ବ୍ୟକ୍ତିଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବେ ବୀମା କମ୍ପାନ
DANA IMPACT
49m ago
ଦାନା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ଲଗାଣ ବର୍ଷା ଜାରି
ଅର୍ଗସ ବ୍ୟୁରୋ: ବାତ୍ୟା ଦାନା ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ଲଗାଣ ବର୍ଷା । ଗଲା 24 ଘଣ୍ଟାରେ ଯାଜପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । 5 ଜିଲ୍ଲାରେ ସ୍କୁ