ରାଜ୍ୟବାସୀଙ୍କ ସ୍ୱାର୍ଥ ପାଇଁ ଜନବିରୋଧୀ କାର୍ଯ୍ୟ ବିରୁଦ୍ଧରେ ରାଜ୍ୟ ସରକାରଙ୍କୁ ଘେରିବ ବିଜେପି
by Argus News
Mon, Nov 20 | 8:29 p.m.

ଅର୍ଗସ ବ୍ୟୁରୋ : ଆସନ୍ତାକାଲିଠାରୁ ବିଧାନସଭା ଶୀତ ଅଧିବେସନ ଆରମ୍ଭ ହେବ । ରାଜ୍ୟର ବିଭିନ୍ନ ଜନପ୍ରସଙ୍ଗ, ସାଧାରଣ ଲୋକଙ୍କ ମୈାଳିକ ସମସ୍ୟା ଏବଂ ସାଂପ୍ରତିକ ସାମାଜିକ ଓ ରାଜନୈତିକ ପରିସ୍ଥିତିକୁ ନେଇ ବିଜେପି ବିଧାନସଭା ଅଧିବେସନରେ ପୁଙ୍କାନୁପୁଙ୍ଖ ଆଲୋଚନା କରିବା ସହିତ ସରକାରଙ୍କୁ ଜବାବ୍ ତଲବ କରିବ । ବିଶେଷ ଭାବେ ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭୀଚାର, ବ୍ୟାପକ ପିସି କାରବାର, ଆଦିବାସୀ ଜମି ହଡପ୍ ପାଇଁ ଷଡଯନ୍ତ୍ର, ଆଇନଶୃଙ୍ଖଳା, କୃଷି ଓ କୃଷକ ସମସ୍ୟା, ରତ୍ନଭଣ୍ଡାର, ସିଏଜି ରିପୋର୍ଟରେ ଦୁର୍ନୀତିର ଖୁଲାସା, ସ୍ୱାସ୍ଥ୍ୟ, ଶିକ୍ଷା, ବିଜୁଳି, ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ପଂଚାୟତରାଜ ବ୍ୟବସ୍ଥା ଓ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା, ପାନୀୟ ଜଳ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହାଦୁର୍ନୀତି ଆଦି ଜନବିରୋଧୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିବ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି ବିଧାୟକ ଦଳ ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଜେପି ବିଧାୟକଗଣ ଉପସ୍ଥିତ ରହି ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ବୈଠକ ସଂପର୍କରେ ସୁଚନା ଦେଇ ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ୨୩ ବର୍ଷର ବିଜେଡି ଶାସନରେ ଓଡିଶାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭୀଚାର ଚରମ ସୀମା ଅତିକ୍ରମ କରିସାରିଛି ଯାହାକି ‘ବ୍ଲକ ଘେରାଓ’ କାର୍ଯ୍ୟକ୍ରମରେ ସ୍ପଷ୍ଟ ରୂପେ ପ୍ରତିଫଳିତ ହୋଇଛି । ବିଜେଡି ଶାସନକୁ ନେଇ ଓଡ଼ିଶାବାସୀଙ୍କ ମନରେ “ଜନଆକ୍ରୋଶ”ରେ ସୃଷ୍ଟି ହୋଇଛି । ଶାସକ ଦଳର ବିଧାୟକ ସୁଶାନ୍ତ ସିଂହଙ୍କ ଇଙ୍ଗିତରେ ବରଗଡ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ପଦାରେ ପକାଇଛି । 

ଏହି ବୈଠକରେ ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ସୁକାନ୍ତ କୁମାର ନାୟକ, ନିତ୍ୟାନନ୍ଦ ଗଣ୍ଡ, କେ.ନାରାୟଣ ରାଓ, ଡ.ମୁକେଶ ମହାଲିଙ୍ଗ, ସନାତନ ବିଜୁଳି, ସୁରଜ ସୂର୍ଯ୍ୟବଂଶୀ, ଜୟନ୍ତ ଷଡଙ୍ଗୀ, ଭାସ୍କର ମଢେଇ, ରାଜ୍ୟ ସମ୍ପାଦକ (ସଂଗଠନ) ମାନସ ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ଶାରଦା ପ୍ରସାଦ ଶତପଥୀ,ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ସହମୁଖ୍ୟ ସୁଜିତ୍ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ଆସନ୍ତା ଦୁଇ ଦିନ ମଧ୍ୟର
15m ago
ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ
ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଲଘୁଚାପ ଆହୁରି ଘନୀଭୂତ ହେବାକୁ ବଳଗୋଟାଉଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ। ଉତ୍ତର-ପଶ୍ଚି
ଆଜି ଚାଷୀଙ୍କୁ
24m ago
ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା
ଅର୍ଗସ ବ୍ୟୁରୋ: ନୂଆଁଖାଇ ଉପଲକ୍ଷେ ଚାଷୀଙ୍କ ପାଇଁ ଖୁସି ଖବର । ଆଜି ଚାଷୀଙ୍କୁ ସିଏମ୍ କିଷାନ ସହାୟତା ଭେଟି ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଏମ୍ କିଷାନ ସହାୟତା ଅନ୍ତର୍ଗତ ଉପକୃତ ହେବ
ଗଣପର୍ବ ନୂଆଁଖାଇକୁ
48m ago
ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା
ଅର୍ଗସ ବ୍ୟୁରୋ: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରର