ଟାଙ୍ଗୀରେ ବିଜେପି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ
by Argus News
Tue, May 28 | 11:44 a.m.

ଖୋର୍ଦ୍ଧା: ବିଜେପି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ । ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଭଜାଗଡ ଗ୍ରାମର ଘଟଣା ଚଳିତ ନିର୍ବାଚନ ସମୟରେ ରାଜନୈତିକ ଦଳର ସମର୍ଥନକୁ ନେଇ ଘଟଣା ଘଟିଛି । ଭଜାଗଡ ଗ୍ରାମର ଦେବରାଜ ଜେନା ବିଜେପି ଦଳକୁ ସମର୍ଥନ କରି କାମ କରୁଥିବାରୁ ଉକ୍ତ ଗ୍ରାମର ମନୋଜ ଉଦୟସିଂହ ବିଜେଡି ଦଳକୁ ସମର୍ଥନ କରୁଥିଲେ । 

ସନ୍ଧ୍ୟା ସମୟରେ ଦେବରାଜ ଗାଁ ମନ୍ଦିର ମଣ୍ଡପରେ ଶୋଇଥିବା ସମୟରେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ମନୋଜ ଉଦୟସିଂହ ଓ ତାଙ୍କର ଜଣେ ସାଥି ରବିନ୍ଦ୍ର ପ୍ରଧାନ ମିଳିତ ହୋଇ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣରେ ଦେବରାଜର ମୁହଁରେ ଶକ୍ତ ଆଘାତ ଲାଗିଥିଲା । ଦେବରାଜକୁ ପ୍ରଥମେ ଟାଙ୍ଗି ଓ ପରେ ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସପିଟାଲକୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଏନେଇ ଦେବରାଜର ମା ଡଲି ଜେନା ଟାଙ୍ଗି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡିଛି ।

ଆହୁରି ପଢନ୍ତୁ ରାଜନୀତି ଖବର...
 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର