ବୋଇତ ବନ୍ଦାଣ ଅବସରରେ ବୋଇତ ନିର୍ମାଣ କଳା ପ୍ରତିଯୋଗିତା
by Argus News
Mon, Nov 27 | 10:24 a.m.

ଅର୍ଗସ ବ୍ୟୁରୋ : ବୋଇତ ବନ୍ଦାଣ ଅବସରରେ ପାରମ୍ପାରିକ ବୋଇତ ନିର୍ମାଣ କଳା ପ୍ରତିଯୋଗିତା । ପରିବେଶକୁ ଦୃଷ୍ଟିରେ ରଖି ପ୍ଲାଷ୍ଟିକ, ପଲିଥିନ୍ ଏବଂ ଥର୍ମକୋଲ ବ୍ୟବହାରକୁ ସଂପୂର୍ଣ୍ଣ ବର୍ଜ୍ଜନ କରାଯାଇଥିଲା । ବଡ଼ବିଲରେ ଆନନ୍ଦ ଓ ଉଦ୍ଦିପନାର ସହିତ ପାରମ୍ପାରିକ ‘ବୋଇତ ବନ୍ଦାଣ’ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜି ଭୋର ୪ଟାରୁ ସହର ଉପକଂଠ କାରୋନଦୀର କାରୁବାକୀ ଘାଟରେ ଶ୍ରଦ୍ଧାଳୁ ମାନେ ଏକତ୍ରିତ ହୋଇ ଡଙ୍ଗା ଭସାଇବା ସହ ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଇତିହାସକୁ ମନେ ପକାଇଥିଲେ । ପ୍ରତି ବର୍ଷ ପରି ଏବର୍ଷ ମଧ୍ୟ ସାଂସ୍କୃତିକ ଅନୁଷ୍ଠାନ ‘କଳା କଳ୍ପନା’ ପକ୍ଷରୁ ପାମ୍ପାରିକ ‘ବୋଇତ ନିର୍ମାଣ କଳା’ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

ଅଧିକ ପଢନ୍ତୁ : ଆ-କା-ମା- ବୈ, ପାନ ଗୁଆ ଥୋଇ...

ଓଡ଼ିଶା ଖଣି ନିଗମର ସହଭାଗିତାରେ ଆୟୋଜିତ ଏହିି ପ୍ରତିଯୋଗିତାରେ ସ୍ଥାନୀୟ ଅଂଚଳର ବହୁ ପ୍ରତିଭାବାନ, ବୋଇତ ନିର୍ମାଣ କରି ନିଜର କଳା ପ୍ରତିଭାକୁ ପ୍ରଦର୍ଶନ କରିବାର ସୁଯୋଗ ପାଇଥିଲେ । ପରିବେଶକୁ ଦୃଷ୍ଟିରେ ରଖି ବୋଇତ ନିର୍ମାଣରେ ପ୍ଲାଷ୍ଟିକ, ପଲିଥିନ୍ ଏବଂ ଥର୍ମକୋଲ ବ୍ୟବହାରକୁ ସଂପୂର୍ଣ୍ଣ ବର୍ଜ୍ଜନ କରାଯାଇଥିଲା । ପ୍ରତିଯୋଗିତାରେ ପ୍ରଦର୍ଶିତ ଆକର୍ଷଣୀୟ ବୋଇତ ଗୁଡ଼ିକୁ ଦେଖିବା ପାଇଁ ପ୍ରବଳ ଭିଡ଼ ଜମିଥିଲା । ବିଚାରକଙ୍କ ଦ୍ୱାରା ମୂଲ୍ୟାଙ୍କନ କରାଯାଇ ଶ୍ରେଷ୍ଠ ବିବେଚିତ ପ୍ରତିଯୋଗୀଙ୍କୁ ଅନୁଷ୍ଠାନ ତରଫରୁ ନଗଦ ପୁରସ୍କାର ରାଶି ଏବଂ ପ୍ରମାଣପତ୍ର ପ୍ରଦାନ କରାଯାଇ ଉତ୍ସାହିତ କରାଯାଇଥିଲା । ଶେଷରେ ସମୂହ ବୋଇତ ବନ୍ଦାଣରେ ସଭିଏଁ ସାମିଲ ହୋଇଥିଲେ । ମହିଳା ମାନେ ପରମ୍ପରା ଅନୁଯାୟୀ ପାନ, ଗୁଆ, କଉଡ଼ି ସହ ଧୁପ ଦୀପ ଦେଇ ବନ୍ଦାପନା କରିବା ପରେ ଉତ୍ସାହର ସହ ବୋଇତ ଓ ଡଙ୍ଗା ଭସାଇଥିଲେ । ୪ ଘଂଟା ଧରି କାରୁବାକୀ ଘାଟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା