କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହାୟତାରେ ମାଲେସିଆରୁ ଫେରିବ ମୃତଦେହ
by Argus News
Fri, Feb 23 | 7:58 p.m.

ଅର୍ଗସ ବ୍ୟୁରୋ: ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ସ୍ୱାଇଁଖଣ୍ଡ ଗ୍ରାମପଞ୍ଚାୟତର କଳାଖଣ୍ଡ ଗ୍ରାମର ଜଗବନ୍ଧୁ ସାହୁଙ୍କ ପୁଅ ଜ୍ୟୋତି ରଞ୍ଜନ ସାହୁଙ୍କର ଗତ କିଛି ଦିନ ହେବ ମାଲେସିଆରେ ଏକ ଘରୋଇ ହୋଟେଲରେ ମୃତ୍ୟୁ ହୋଇଥିଲା। 

ତାଙ୍କର ଶବ ନିଜ ଜନ୍ମ ସ୍ଥାନକୁ ଫେରାଇ ଆଣିବାକୁ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ସାମାଜିକ ଗଣମାଧ୍ୟମରେ ଅନୁରୋଧ କରିଥିଲେ। ଯାହାର ଖବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପାଇବା ସଙ୍ଗେ ସଙ୍ଗେ ସହାୟତାର ହାତ ବଢ଼ାଇଥିଲେ। ମାଲେସିଆରୁ ଆଜି ଜ୍ୟୋତିରଞ୍ଜନଙ୍କ ମୃତଦେହ କଲିକତାରେ ପହଞ୍ଚିବ। ଆସନ୍ତା କାଲି ନିଜ ଜନ୍ମ ସ୍ଥାନକଳାଖଣ୍ଡ ଗ୍ରାମରେ ପହଞ୍ଚିବ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ସୂଚନା ମିଳିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି