ପେଞ୍ଜାବାଲି ଜଙ୍ଗଲରେ ଲୁଚା ଯାଇଥିବା ଟନ୍ ଟନ୍ ଗଞ୍ଜେଇ ଜବତ
by Argus News
Tue, Mar 26 | 4:28 p.m.

ଅର୍ଗସ ବ୍ୟୁରୋ : ବୌଦ୍ଧରୁ ପୁଣି ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ପେଞ୍ଜାବାଲି ଜଙ୍ଗଲରେ ଚାଲାଣ ପାଇଁ ଗଛିତ ଥିବା ଏକ ଟନରୁ ଅଧିକ ଗଞ୍ଜେଇକୁ ଜବତ କଲା ପୋଲିସ । ବିପୁଳ ପରିମାଣର ଗଞ୍ଜେଇକୁ ରଖି ବଡ ଧରଣର ଡିଲ୍ ପାଇଁ ଗଂଜେଇ ମାଫିଆମାନେ ପ୍ରସ୍ତୁତ ହେଉଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଏନେଇ ଖବର ପାଇବା ପରେ ବୌଦ୍ଧ ଏସପି ରାଜ୍ ପ୍ରସାଦଙ୍କ ନେତୃତ୍ବରେ ଏକ ଟିମ ଗଠନ କରି ଜଙ୍ଗଲରେ ଚଢ଼ାଉ କରାଯାଇଥିଲା । ଏଥିରେ ୧୦୭୮ କେଜିର ଗଞ୍ଜେଇ ଜଙ୍ଗଲରୁ ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧କୋଟି ଟଙ୍କା ହେବ । ଅନ୍ୟପଟେ କଣ୍ଟାମାଳ ଥାନା କଂସିମିଲି ଜଙ୍ଗଲ ରୁ ୩୦୫ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ୨୦୨୪ ମସିହାରେ ବୌଦ୍ଧ ପୋଲିସ NDPS ଡ୍ରାଇଭ କରି ୧୦ଟନ ରୁ ଉର୍ଦ୍ଧ ଗଞ୍ଜେଇ ଜବତ କରିଥିବା ବେଳେ ୩୫ଜଣ ଗଞ୍ଜେଇ ମାଫିଆଙ୍କୁ ଧରିଛି ।

ମୁଖ୍ୟମନ୍ତ୍ରୀ
ବିଜେଡି ନିର୍ବାଚନୀ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ : ବିଜେଡି ଜାରି କଲା ନିର୍ବାଚନୀ ଇସ୍ତାହାର । ଇସ୍ତାହାର ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶା ନମ୍ବର ୱାନ ଘୋଷଣା ପତ୍ର ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତ
ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଭୁବନେଶ୍ୱରରେ ରୋଡ ସୋରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ସନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି ଆସନ୍ତ
ଧର୍ମେନ୍ଦ୍ର
" ଲୋକଙ୍କୁ ଠକିଲେ ଲୋକମାନେ ହିଁ ଭାଙ୍ଗି ଦିଅନ୍ତି ସରକାର " - ଧର୍ମେନ୍ଦ୍ର
ଅର୍ଗସ ବ୍ୟୁରୋ : ନିର୍ବାଚନ ଫଳ ଆସିବା ପରେ ବିଜେଡିକୁ ଭାଙ୍ଗି ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ପରି ସରକାର ଗଠନ ଲାଗି ରଣନୀତି କରିଛି ବିଜେପି। ବରାଦି ସାମ୍ବାଦିକ ସମ୍ମିଳନୀରେ ବିଜେଡ