କଂଗ୍ରେସକୁ ବଡ଼ ଝଟକା : ପଦ୍ମ ଧରିଲେ ଅନ୍ତର୍ଜାତୀୟ ବକ୍ସର ବିଜେନ୍ଦର ସିଂ
by Argus News
Wed, Apr 03 | 4:56 p.m.

ଅର୍ଗସ ବ୍ୟୁରୋ : କଂଗ୍ରେସକୁ ପୁଣି ବଡ଼ ଝଟକା । ହାତ ଛାଡ଼ି ପଦ୍ମ ଧରିଲେ ଅନ୍ତର୍ଜାତୀୟ ବକ୍ସର ବିଜେନ୍ଦର ସିଂ । ଦିଲ୍ଲୀସ୍ଥିତ ବିଜେପି ପାର୍ଟି କାର୍ଯ୍ୟାଳୟରେ ଯୋଗ ଦେଇଛନ୍ତି । ବିଜେପିରେ ଯୋଗ ଦେବା ପରେ ବିଜେନ୍ଦର କହିଛନ୍ତି, ମୋର ଘରବାହୁଡା ହୋଇଛି । ବିଜେପି ସରକାର ଯେବେଠାରୁ ଆସିଛି ଦେଶ ଓ ବିଦେଶରେ ଖେଳାଳୀଙ୍କର ମାନ ସମ୍ମାନ ବୃଦ୍ଧି ପାଇଛି । ମୁଁ ପୂର୍ବ ଭଳି ବିଜେନ୍ଦର ହିଁ ରହିବି । ଠିକ କଥାକୁ ଠିକ୍ କହିବି ଏବଂ ଭୁଲକୁ ଭୁଲ କହିବାରେ ଟିକିଏ ବି କୁଣ୍ଠାବୋଧ କରିବିନି । 

ଅଧିକ ପଢନ୍ତୁ ଭାରତ ଖବର

ବିଜେନ୍ଦର ସିଂ ୨୦୧୯ ଲୋକସଭା ନିର୍ବାଚନର ଠିକ୍‌ ପୂର୍ବରୁ ରାଜନୀତିରେ ପ୍ରବେଶ କରିଥିଲେ । ସେ କଂଗ୍ରେସ ଟିକେଟରେ ଦକ୍ଷିଣ ଦିଲ୍ଲୀରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ଅବଶ୍ୟ, ସେ ବିଜେପିର ରମେଶ ବିଧୁଡିଙ୍କଠାରୁ ହାରି ଯାଇଥିଲେ । ଜାଟ୍ କମ୍ୟୁନିଟିରୁ ଆସିଥିବା ବିଜେନ୍ଦର ମୂଳତଃ ହରିୟାଣାର ଭିବାନୀ ନିବାସୀ । ସେ ୨୦୦୮ ବେଜିଂ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ ଏବଂ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ । ବକ୍ସିଂରେ ବିଜେନ୍ଦରଙ୍କୁ ପଦ୍ମଶ୍ରୀ ଏବଂ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଛି । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ